ରାଜ୍ୟ ସ୍ପେଶାଲ ରିପୋର୍ଟ

ଗୋଟିଏ ସପ୍ତାହରେ ଦୁଇଟି ଅବପାତ: ସପ୍ତାହବ୍ୟାପୀ ରାଜ୍ୟରେ ବର୍ଷା

ଭୁବନେଶ୍ବର: ଗତକାଲିର ଲଘୁଚାପ କ୍ଷେତ୍ର ଆଜି ଆହୁରି ଘନୀଭୂତ ହୋଇଛି। ପଶ୍ଚିମ-କେନ୍ଦ୍ରୀୟ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏହା ଏକ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଫଳରେ ରାଜ୍ୟର ଦକ୍ଷିଣ ଜିଲ୍ଲାଗୁଡ଼ିକରେ ବର୍ଷା ଜାରି ରହିଛି। ବିଶେଷ କରି ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ‌ହୋଇଥିବା ବେଳେ ପୁରୀ, ଖୋର୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି , ନବରଙ୍ଗପୁର ଓ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇଯାଇଛି। ଆସନ୍ତା ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡ଼ିଶା ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହୁଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଅନ୍ୟପଟେ ୩୦ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ୩୧ ତାରିଖରେ ଏହା ଅବପାତରେ ପରିଣତ ହେବ। ଫଳରେ ରାଜ୍ୟରେ ସପ୍ତାହବ୍ୟାପି ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି।

ପାଣିପାଗ କେନ୍ଦ୍ରର ଆକଳନ କହୁଛି, ଆସନ୍ତାକାଲି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହିସବୁ ଅଞ୍ଚଳରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ରାୟଗଡ଼, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗୀର, ପୁରୀ ଓ ବୌଦ୍ଧ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହୁଛି। ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ରାଜ୍ୟରେ ୨୯ ତାରିଖ ଯାଏ ବର୍ଷା ଜାରି ରହିବ ବୋଲି ସୂଚନା ମିଳିଛି।

ପାଣିପାଗ ବି‌ଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ଆଜି ସକାଳେ ଅବପାତରେ ପରିଣତ ହୋଇଛି। ଆସନ୍ତାକାଲି ସୁଦ୍ଧା ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା‌ ରହିଛି। ବର୍ତ୍ତମାନର ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଶେଷ ବର୍ଷା ହେବ ନାହିଁ। ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା ଓ ପୂର୍ବ ମହାରାଷ୍ଟ୍ରରେ ଆସନ୍ତା ତିନି ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଓଡ଼ିଶାରେ ୨୮ ତାରିଖ ପର୍ଯ୍ୟନ୍ତ ସମୁଦାୟ ବର୍ଷା ୩୦ରୁ ୩୫ ମିମି ହେବ। ବିଭିନ୍ନ ସ୍ଥାନରେ ସ୍ବଳ୍ପ ବର୍ଷା ସମ୍ଭାବନା ରହୁଛି। ପାଗ ଆଂଶିକ ମେଘୁଆ ଓ ଉତ୍ତର ଓଡ଼ିଶାରେ ଖରା‌ଟିଆ ପାଗ ରହିପାରେ। ଅଳ୍ପ ସ୍ଥାନରେ ମଧ୍ୟମ ଓ ଗୋଟିଏ, ଦୁଇଟି ଆଭ୍ୟନ୍ତର ଦକ୍ଷିଣରେ ଭାରୀ ବର୍ଷା ହୋଇପାରେ। ମଡେଲ ବିଶ୍ଲେଷଣରୁ ଜଣାପଡ଼ୁଛି, ୨୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ, ୩୦ରେ ଲଘୁଚାପ, ୩୧ରେ ଅବପାତ ବା ଗଭୀର ଅବପାତ ହେବାର ସମ୍ଭାବନା ରହିଛି। ଫଳରେ ସାରା ରାଜ୍ୟ‌ରେ ବର୍ଷା ହେବ।ଆକଳନ କରାଯାଉଛି, ଉପକୂଳରେ ୨୯ ତାରିଖରୁ ଲଘୁଚାପ ବର୍ଷା ଆରମ୍ଭ ହେବ। ୨୯ରୁ ଅଗଷ୍ଟ ୨ ତାରିଖ ପର୍ଯ୍ୟନ୍ତ ବିସ୍ତୃତ ବର୍ଷା ହେବ। ଜୁଲାଇ ୩୦ ଓ ୩୧ରେ ଉପକୂଳ, ଦକ୍ଷିଣ ଓ କେନ୍ଦ୍ରୀୟ ଓଡ଼ିଶାରେ ପ୍ରବଳ ବର୍ଷା ହେବା ବେଳେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଦେବଗଡ଼ରେ ଜୁଲାଇ ୩୧ ଓ ଅଗଷ୍ଟ ୧ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଡ. ପଶୁପା‌ଳକ କହିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।