ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ଗୋବିନ୍ଦପୁରରେ ବ୍ୟାପୁଛି ଝାଡାବାନ୍ତି, ଦୂଷିତ ପାଣି ମୁଖ୍ୟ କାରଣ କହିଲେ ବିଶେଷଜ୍ଞ

ମୋହନା ୩୧/୦୭: ଗଜପତି ଜିଲ୍ଲା ମୋହନା ବ୍ଲକ ଗୋବିନ୍ଦପୁରରେ ବ୍ୟାପିଛି ଝାଡାବାନ୍ତି । ବର୍ତ୍ତମାନ ସୁଦ୍ଧା ଜଣେ ନାବାଳିକାର ମୃତ୍ୟୁ ହୋଇଛି । ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୨୩ରେ ପହଞ୍ଚିଥିବା ବେଳେ ଗତକାଲି ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ ଆସିଷ୍ଟାଣ୍ଟ ଡାଇରେକ୍ଟର ଗାଁରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି ।

ଦୂଷିତ ପାଣି ଯୋଗୁଁ ଝାଡ଼ାବାନ୍ତି ବ୍ୟାପୁଥିବା ବେଳେ ପାଣି ନମୁନାରୁ କୋଲିଫର୍ମ ବ୍ୟାକ୍ଟେରିଆ ଚିହ୍ନଟ ହୋଇଥିବା ଜଣାପଡ଼ିଛି ବୋଲି ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ କହିଛନ୍ତି । କିଛି ସ୍କୁଲ ପିଲା ମଧ୍ୟ ଆକ୍ରାନ୍ତ ହୋଇଛନ୍ତି । ଏକ ପରିତ୍ୟକ୍ତ କୂଅରୁ ଗାଁକୁ ପାଣି ଯୋଗାଣ ହେଉଥିବା ଯୋଗୁଁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଜଣାପଡ଼ିଥିବା ବେଳେ ସ୍ଥିତି ନିୟନ୍ତ୍ରଣ ପାଇଁ ସମସ୍ତ ବ୍ୟବସ୍ଥା କରାଯାଉଥିବା କହିଛନ୍ତି ସ୍ବାସ୍ଥ୍ୟ ବିଭାଗ ଅଧିକାରୀ ।

ସେପଟେ ଗାଁକୁ ପାଣି ଯୋଗାଣ ହେଉଥିବା କୂଅକୁ ସିଲ୍ କରିଛି ପ୍ରଶାସନ । ଗତ ୨୭ ତାରିଖରୁ ଝାଡ଼ାବାନ୍ତି ବ୍ୟାପିଥିବା ବେଳେ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରତିଷେଧକ ବ୍ୟବସ୍ଥା କରାଯାଉଥିବା ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ