ରାଜ୍ୟ ସ୍ପେଶାଲ ରିପୋର୍ଟ

ଗ୍ରାମ୍ୟ ସାଧନ କର୍ମୀଙ୍କ ଦୈନିକ ପାରିଶ୍ରମିକ ବୃଦ୍ଧି: ଉପକୃତ ହେବେ ୧୦ ହଜାର ଗ୍ରାମ୍ୟ ସାଧନ କର୍ମୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ସମସ୍ତ ଗ୍ରାମ୍ୟ ସାଧନ କର୍ମୀ (ଭିଲେଜ୍ ରିସୋର୍ସ ପର୍ସନ)ଙ୍କ ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି। ତଦନୁଯାୟୀ ସେମାନଙ୍କ ଦୈନିକ କାର୍ଯ୍ୟ ଦିବସର ପାରିଶ୍ରମିକ ୩୦୦ ଟଙ୍କାରୁ ୪୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏହାସହ ଯାତାୟତ ଖର୍ଚ୍ଚ ବାବଦରେ ମଧ୍ୟ ଅତିରିକ୍ତ ୧୦୦ ଟଙ୍କା ପାଇବେ। ମୋଟ୍ ଭାବେ ୫୦୦ ଟଙ୍କା ମିଳିବ। ଏହାଦ୍ବାରା ରାଜ୍ୟର ୧୦ ହଜାର ଗ୍ରାମ୍ୟ ସାଧନ କର୍ମୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ୨.୮୮ କୋଟି ଟଙ୍କାର ଅତିରିକ୍ତ ଖର୍ଚ୍ଚ ବହନ କରିବେ।

୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ଗ୍ରାମ୍ୟ ସାଧନ କର୍ମୀଙ୍କ ପକ୍ଷରୁ ଏ ସଂପର୍କରେ ପ୍ରସ୍ତାବ ଆସିଥିଲା। ଏ ବିଷୟରେ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ପାରିଶ୍ରମିକ ବୃଦ୍ଧି ପାଇଁ ନିଷ୍ପତ୍ତି ନେଇଛନ୍ତି। ଉଲ୍ଲେଖ ଯେ ସୂଚନାଯୋଗ୍ୟ ଯେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନରେ ‘ଓଡିଶା ସାମାଜିକ ସମୀକ୍ଷା, ଉତ୍ତରଦାୟିତ୍ବ ଓ ସ୍ବଚ୍ଛତା ସମିତି’ରେ ସାଧନ କର୍ମୀମାନେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ କରୁଛନ୍ତି। ମନରେଗା, ପକ୍କା ଘର, ଖାଦ୍ୟ ସୁରକ୍ଷା, ମଧ୍ୟାହ୍ନ ଭୋଜନ ଭଳି ଅନେକ କାର୍ଯ୍ୟକ୍ରମର ସାମାଜିକ ସମୀକ୍ଷା କରି ସ୍ବଚ୍ଛତା ରକ୍ଷା କରିବାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି। ଏଥିରେ ମିସନ ଶକ୍ତି ମା’ମାନେ ବହୁ ସଂଖ୍ୟାରେ ନିୟୋଜିତ ଅଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।