ଅପରାଧ ରାଜ୍ୟ

ଘରକୁ ଫେରୁଥିବା ବେଳେ ଧକ୍କା ଦେଲା ଅଜଣା ଗାଡି, ସମ୍ପର୍କୀୟ ଭାଇ-ଭଉଣୀଙ୍କ ମୃତ୍ୟୁ

ଯାଜପୁରରୋଡ୍ ୬।୬: ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ବାରବାଟୀ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଦୁଇ ଭାଇ-ଭଉଣୀଙ୍କର ମୃତ୍ୟୁ ଘଟିଛି ।

ସୂଚନାଯୋଗ୍ୟ ଯେ, କୁଆଖିଆ ଥାନା ପ୍ରଥମାଖଣ୍ଡି ପଂଚାୟତ ଦାମୋଦରପୁର ଗ୍ରାମର ପ୍ରତାପ ଲେଙ୍କାଙ୍କ ପୁଅ ରଂଜିତ ଓ ଆଶିଷ ଲେଙ୍କାଙ୍କ ଝିଅ ଶୁଭ୍ରା ସମ୍ଭାବନା ଦୁହେଁ ଏକ ସ୍କୁଟି ଯୋଗେ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ଘଟିଛି । ଜାରକାରୁ ଘରକୁ ଫେରୁଥିବା ସମୟରେ ବାରବାଟୀ ଛକ ନିକଟରେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ଭଉଣୀ ଶୁଭ୍ରା ସମ୍ଭାବନାଙ୍କର ମୃତ୍ୟୁ ଘଟିଥିବା ବେଳେ ଭାଇ ରଂଜିତଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ଧର୍ମଶାଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ତୁରନ୍ତ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ମାତ୍ର ବଡ଼ ମେଡିକାଲ ନେବା ବାଟରେ ହିଁ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଉଭୟ ସଂପର୍କୀୟ ଭାଇ-ଭଉଣୀ ବୋଲି ଜଣାପଡିଛି ।

ଖବର ପାଇ ଧର୍ମଶାଳା ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରିବା ସହ ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ଏପଟେ ଦୁର୍ଘଟଣା ଘଟାଇ ଚମ୍ପଟ ମାରିଥିବା ଗାଡିକୁ ଧରିବାକୁ ଉଦ୍ୟମ ଜାରି ରଖିଛି ପୋଲିସ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।