ପାଟଣା ୧୩।୦୬ : ଘର ଭିତରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ । ମୃତକ ଲକ୍ଷ୍ମଣ ବାନ୍ଦ୍ରା, ବୟସ ୨୦ ବୋଲି ଜଣାପଡିଛି । କେନ୍ଦୁଝର ଜିଲ୍ଲା ପାଟଣା ଥାନା ବାଉଁଶନାଳ ଗାଁରେ ଘଟିଛି ଏହି ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଖବର ଅନୁଯାୟୀ, ଲକ୍ଷ୍ମଣ ବାନ୍ଦ୍ରା ନିଜ ଶୋଇବା ଘର ଭିତରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ତେବେ ଆତ୍ମହତ୍ୟା କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।ଏପିରିକି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ ଆଶା ରଖିଛି ।