ରାଜ୍ୟ

ଘରେ ଶୋଇଥିଲେ ଶାଶୂ-ବୋହୂ: ଚଢିଗଲା ହାଇଓ୍ବା

କେନ୍ଦ୍ରାପଡ଼ା: ଆଜି ସକାଳେ କେନ୍ଦ୍ରାପଡ଼ା ଜିଲ୍ଲାର କୃଷ୍ଣନଗର ପଞ୍ଚାୟତର ବାଘୁଆ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ରାସ୍ତାକଡ଼ ଘର ଉପରକୁ ଏକ ଚିପ୍ସ ବୋଝେଇ ହାଇୱା ମାଡ଼ିଯିବା ଫଳରେ ଘର ଭିତରେ ଥିବା ଶାଶୂ ଓ ବୋହୂ ଗୁରୁତର ହୋଇଛନ୍ତି। ଉଭୟଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ, ଏକ ଚିପ୍ସ ବୋଝେଇ ହାଇୱା ତାଳଚୁଆକୁ ଯାଉଥିଲା। ବର୍ଷା ଯୋଗୁ ରାସ୍ତା ଖରାପ ହୋଇଥିବାରୁ ହାଇୱାଟି ରାସ୍ତାକଡ଼ରେ ଥିବା ଏକ ଘରେ ଉପରେ ମାଡ଼ି ଯାଇଥିଲା। ପରେ ତାହା ଓଲଟି ପଡ଼ିଥିଲା । ଏହି ସମୟରେ ଘରେ ଶାଶୂ କଳ୍ପନା ଗିରି (୬୦ ) ଓ ବୋହୂ ମନୀଷା ଦାସ (୨୨) ଘରେ ଶୋଇଥିଲେ। ହାଇଓ୍ବାଟି ଉଭୟଙ୍କ ଉପରେ ଚଢିଯାଇଥିଲା।

ଏହି ଦୁର୍ଘଟଣା ଘଟିବା ଫଳରେ ଉଭୟ ଶାଶୂ ଓ ବୋହୂ ଗୁରୁତର ହୋଇଥିଲେ। ଉଭୟଙ୍କୁ ଗୁରୁତର ଅବସ୍ଥାରେ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବର ପାଇ କେନ୍ଦ୍ରାପଡ଼ା ପୁଲିସ ଘଟଣାସ୍ଥଳରେ ପହଞ୍ଚି ହାଇଓ୍ବାକୁ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।