ଅପରାଧ ରାଜ୍ୟ

ଘରୋଇ କଳହର କରୁଣ ପରିଣତି, ପତ୍ନୀଙ୍କୁ ଗୁଳିକରି ମାରିଦେଲା ମଦ୍ୟପ ସ୍ୱାମୀ

ବୌଦ୍ଧ ୦୧/୦୬: ଦେଶୀ ବନ୍ଧୁକରେ ପତ୍ନୀଙ୍କୁ ଗୁଳିକରି ହତ୍ୟାକଲା ମଦ୍ୟପ ସ୍ୱାମୀ । ଅଭିଯୁକ୍ତକୁ କାବୁ କରି ପୋଲିସର ଜିମାଦେଲେ ଗ୍ରାମବାସୀ । ସୂଚନା ଅନୁଯାୟୀ ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଗେରେଡ଼ିସାହି ଗ୍ରାମର ରୋହିତ ମଲ୍ଲିକ ଓ ପତ୍ନୀ ଗୀତାଞ୍ଜଳି ମଲ୍ଲିକଙ୍କ ମଧ୍ୟରେ ଘରୋଇ କଳହ ହେବ ସହିତ ସାମାନ୍ୟ ବଚସା ହୋଇଥିଲା ।

ଉଭୟଙ୍କ ମଧ୍ୟରେ ଅନେକ ସମୟ ଧରି ସ୍ଵାମୀର ମଦ ପିଇବାକୁ ନେଇ ବଚସା ଲାଗି ରହିଥିବା ବେଳେ ଏଥିରେ ଉତକ୍ଷୀପ୍ତ ହୋଇ ରୋହିତ ଏକ ଦେଶୀ ବନ୍ଧୁକ ରେ ପତ୍ନୀଙ୍କ ଉପରକୁ ଗୁଳି ଚଳାଇଥିଲେ । ଫଳରେ ଘଟଣା ସ୍ଥଳରେ ହିଁ ଗୀତାଞ୍ଜଳି ଟଳି ପଡ଼ିଥିଲେ ।

ଘଟଣା ଘଟାଇ ଅଭିଯୁକ୍ତ ଫେରାର ହେବାକୁ ପ୍ରୟାସ କରୁଥିବା ବେଳେ ଗ୍ରାମବସୀ ଅଭିଯୁକ୍ତ କୁ କାବୁ କରି ପୋଲିସ କୁ ଖବର ଦେଇଥିଲେ । ଖବର ପାଇ ହରଭଙ୍ଗା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅଭିଯୁକ୍ତକୁ ଗିରଫ କରିବା ସହ ବନ୍ଧୁକ ଟିକୁ ଜବତ କରିଥିବା ବେଳେ ମୃତଦେହ ଜବତ୍ କରି ଶବ ବ୍ୟବଚ୍ଛେଦ ପାଇଁ ବୌଦ୍ଧ ମୁଖ୍ୟାଳୟ ପଠାଯାଇଥିବା ଜଣାପଡିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।