ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ ସେନେଇ ସ୍ପଷ୍ଟ ମତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଏଥିପାଇଁ ଏକ ସପ୍ତାହର ମହଲତ ନେଇଛନ୍ତି ରାଜ୍ୟ ସରକାର। ଆସନ୍ତା ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

କରୋନା ପାଇଁ ଘରୋଇ ବିଦ୍ୟାଳୟ ଗୁଡିକ ଫି ଛାଡ଼ କରିବାକୁ ଓଡିଶା ଅବିଭାବକ ମହାସଂଘ ପକ୍ଷରୁ ହାଇକୋର୍ଟରେ ଆବେଦନ କରାଯାଇଛି । ତେବେ ୭ଟି ସ୍ଲାବରେ ଫି’ହ୍ରାସ କରିବାକୁ ରାଜ୍ୟ ସରକାର ହାଇକୋର୍ଟରେ ପ୍ରସ୍ତାବ ରଖିଥିଲେ। ଗତ ସେପ୍ଟେମ୍ବର ୧ ତାରିଖରେ ଏହି ମାମଲାର ଶୁଣାଣି କରି ହାଇକୋର୍ଟ ଏହାର ଅପୋସ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଆପୋସ ସମାଧାନରେ ସୂତ୍ର ବାହାର କରିବାକୁ କୋର୍ଟ ପରାମର୍ଶ ଦେଇଥିଲେ। ଯଦି କୌଣସି ନିର୍ଯାସ ନବାହାରେ ତାହେଲେ କୋର୍ଟ ନିଷ୍ପତ୍ତି ନେବେ ବୋଲି ଦର୍ଶାଯାଇଥିଲା ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି
ଶିକ୍ଷା ଓ ନିଯୁକ୍ତି

ପ୍ରି-ପ୍ରାଇମେରୀ ସ୍କୁଲ ପିଲାଙ୍କୁ ମିଳିବ ସକାଳ ଜଳଖିଆ ଓ ମଧ୍ୟାହ୍ନ ଭୋଜନ

ନୂଆଦିଲ୍ଲୀ : ଏଣିକି ସ୍କୁଲ ମାନଙ୍କରେ ପ୍ରି-ପ୍ରାଇମେରୀ ଶ୍ରେଣୀର ପିଲାମାନଙ୍କୁ ସକାଳ ଜଳଖିଆ ଓ ମଧ୍ୟାହ୍ନ ଭୋଜନ ଉପଲବ୍ଧ କରାଯିବ। କେନ୍ଦ୍ର ସରକାର ମଧ୍ୟାହ୍ନ ଭୋଜନ ଯୋଜନା