ଅପରାଧ ରାଜ୍ୟ

ଘର ପଛପଟ ଆମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ପାଟଣା ୪।୮: ଘର ପଛ ପଟେ ଥିବା ଆମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଚାକୁଣ୍ଡାପାଳ ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ ଯୁବକ ହେଲେ ମଧୁସୂଦନ ମୁଣ୍ଡା ।

ସୂଚନାଯୋଗ୍ୟ ଯେ, ମଧୁସୁଦନ ବେଙ୍ଗାଲୁରୁରେ ରହି କାମ କରୁଥିଲେ । କିଛି ଦିନ ପୂର୍ବରୁ ସେ ଗାଁକୁ ଫେରିଥିଲେ । ଗୁରୁବାର ସକାଳୁ ତାଙ୍କ ଘର ପଛ ପଟେ ଥିବା ଏକ ଆମ୍ବ ଗଛରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଦେଖି ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି । ଆତ୍ମହତ୍ୟାର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।