ଅପରାଧ ରାଜ୍ୟ

ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ଆନନ୍ଦପୁର ୧୬।୮: ଘର ଭିତରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ହାଟଡିହି ବ୍ଲକ୍ ଜମ୍ବିରା ପଞ୍ଚାୟତ ଦଶରାପାଦା ଗାଁରେ ଦେଖିବାକୁ ମିଳିଛି ଏଭଳି ଘଟଣା ।

ସୂଚନାଯୋଗ୍ୟ ଯେ, ପ୍ରାୟ ୧୫ ଦିନ ତଳେ ସଂପୃକ୍ତା ଯୁବତୀ ଗାଁର ଚାରାମଣୀ ଖଣ୍ଡଇ ନାମକ ବୃଦ୍ଧାଙ୍କ ଘରେ ରହୁଥିଲେ । ଚାରାମଣି ନିଜ ଘରେ ଏକାକୀ ରହୁଥିଲେ । ସୋମବାର ଯୁବତୀ ଜଣକ ଘର ଭିତରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ତେବେ କେଉଁ କାରଣକୁ କେନ୍ଦ୍ରକରି ଯୁବତୀ ଜଣଙ୍କ ଆତ୍ମହତ୍ୟା କରିଛନ୍ତି ନା ଘଟଣା ପଛରେ ଅନ୍ୟ କାରଣ ରହିଛି ତାହା ଜଣା ପଡିନାହିଁ । ଖବର ପାଇ ସୋସୋ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଅଧିକ ତଦନ୍ତ ଚଳାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।