ରାଜ୍ୟ

ଘର ଭିରରକୁ ପଶିଲା ଦ୍ରୁତଗାମୀ କାର୍: ମହିଳା ମୃତ, ଉତ୍ତ୍ୟକ୍ତ ଲୋକଙ୍କ ଜାତୀୟ ରାଜପଥ ଅବରୋଧ

ବୌଦ୍ଧ: ବୌଦ୍ଧ ଜିଲ୍ଲା ଦେଇ ଅତିକ୍ରମ କରିଥିବା ୫୭ ନଂ ଜାତୀୟ ରାଜପଥର ରାଧାନଗର ପଞ୍ଚାୟତ ଅନ୍ତର୍ଗତ ଲୁହୁରାଗଡ଼ିଆ ଛକ ନିକଟରେ ଏକ ଘର ଭିତରକୁ କାର ପଶି ଓଲଟି ଯାଇଛି। ଘଟଣା ସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟ ଘଟିଛି । ମୃତ ମହିଳା ହେଲେ ସେହି ଗ୍ରାମର ପାନେଶ୍ଵରୀ ଧଳ। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମବାସୀ ଜାତୀୟ ରାଜପଥ ଅବରୋଧ କରିଛନ୍ତି।

ସୂଚନା ଅନୁଯାୟୀ, ଆଜି ଭୋର ସକାଳ ସମୟରେ ଭୁବନେଶ୍ୱରରୁ ବୌଦ୍ଧ ଅଭିମୁଖେ ଏକ ଇନୋଭା ଆସୁଥିବା ବେଳେ ହଠାତ ରାସ୍ତାରେ ଥିବା ଘର ଭିତରକୁ ପଶି ଜଣେ ମହିଳାଙ୍କୁ ଧକ୍କା ଦେଇ କାରଟି ଓଲଟିପଡ଼ି ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ହୋଇଛି। ରାସ୍ତା ଅବରୋଧ ଯୋଗୁଁ ଉଭୟ ପାର୍ଶ୍ଵରେ ଶହ ଶହ ଗାଡ଼ିମଟର ଅଟକି ରହିଛି। ଘଟଣାସ୍ଥଳରେ ବୌଦ୍ଧ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ କାର ଚାଳକ ଫେରାର ଥିବା ଜଣାପଡ଼ିଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।