ଅପରାଧ ରାଜ୍ୟ

ଘାଟିରୁ ମିଳିଲା ହିରୋଙ୍କ ମୃତଦେହ, ବୁଧବାରଠୁ ଥିଲେ ନିଖୋଜ

ସୋନପୁର ୧୪।୦୫ : ଘାଟିରୁ ଗଳିତ ମୃତଦେହ ଠାବ । ସୋନପୁର ଜିଲ୍ଲା ଡୁମେରଖୋଲ ଜଙ୍ଗଲ ଘାଟି ନିକଟରୁ ଏହି ଗଳିତ ମୃତଦେହ ଉଦ୍ଧାର । ମୃତକ ମେଣ୍ଡା ଗାଁର ହିରୋ ହାତୀ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ଗତ ବୁଧବାରଠୁ ନିଖୋଜ ଥିଲେ । ବହୁ ଖୋଜାଖୋଜି ପରେ ବି ତାଙ୍କର କୌଣସି ପତ୍ତାମିଳିନଥିଲା । ଶେଷରେ ଶନିବାର ଦିନ ସକାଳ ସମୟରେ ଡୁମେରଖୋଲ ଜଙ୍ଗଲ ଘାଟି ରାସ୍ତା ନିକଟରୁ ଏକ ମୃତଦେହ ମିଳିଥିଲା । ପରେ ତଦନ୍ତ କରି ଏହା ନିଖୋଜ ଥିବା ହିରୋ ମୁଣ୍ଡାଙ୍କ ମୃତଦେହ ବୋଲି ଜଣାପଡିଛି ।

ସେପଟେ ରାସ୍ତାକଡ଼ରେ ମୃତଦେହ ପଡିଥିବାର ଖବର ଶୁଣି ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଆବଶ୍ୟକ ପଡିଲେ ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ର ସହଯୋଗ ନେଇପାରେ ବୋଲି ସୂଚନା ମିଳିଛି । ତେବେ ହିରୋ ହାତୀଙ୍କ ମୃତ୍ୟୁ ପଛର କାରଣ କଣ , ସେନେଇ ମଧ୍ୟ ଖୋଲତାଡ଼ ଜାରି ରଖିଛି ପୋଲିସ । ମୃତ୍ୟୁ ପଛରେ ହତ୍ୟା ନା ଆଉ କିଛି । ତାହା ପୋଲିସ ତଦନ୍ତ ପରେ ହିଁ ସ୍ପଷ୍ଟ ହେବ ବୋଲି ଅନୁମାନ କରାଯାଉଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।