କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ

ଭୁବନେଶ୍ଵର ୨୭।୧୧: ଓଡିଶା ଲଳିତ କଳା ଏକାଡେମୀ ଆନୁକୂଲ୍ୟରେ ଦିଆଯାଉଥିବା ଧର୍ମପଦ ସମ୍ମାନ ଶୁକ୍ରବାର ଘୋଷଣା ହୋଇଛି।, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସଂସ୍କୃତି ଭବନ ପ୍ରେକ୍ଷାଳୟରେ ୨୦୧୬ରୁ ୨୦୨୦ ମସିହା ପର୍ଯ୍ୟନ୍ତ ଧର୍ମପଦ ପୁରସ୍କାର ବିଜେତାଙ୍କ ନାମ ଘୋଷଣାକରିଛନ୍ତି।

୨୦୧୬ ମସିହା ପାଇଁ ବରିଷ୍ଠ ଚିତ୍ରଶିଳ୍ପୀ ବନବିହାରୀ ପରିଡା, ୨୦୧୭ ମସିହା ପାଇଁ ବିଶିଷ୍ଠ ସ୍ଥପତି ଶ୍ୟାମ ସୁନ୍ଦର ପଟ୍ଟନାୟକ, ୨୦୧୮ ମସିହା ପାଇଁ ଜଗଦିଶ ଚନ୍ଦ୍ର କାନୁନଗୋ, ୨୦୧୯ ମସିହା ପାଇଁ ବିଶିଷ୍ଟ ପଟ୍ଟଚିତ୍ର ଶିଳ୍ପୀ ବିନୋଦ ମହାରଣା ଏବଂ ୨୦୨୦ ପାଇଁ ବିଶିଷ୍ଟ ଚିତ୍ରଶିଳ୍ପୀ ମହେନ୍ଦ୍ର ପ୍ରସାଦ ମହାପାତ୍ର ଧର୍ମପଦ ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେହି ପରି ଚିତ୍ର କଳାର ବିଭିନ୍ନ ବର୍ଗରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ୨୫ ଜଣ ଶିଳ୍ପୀଙ୍କୁ ସମ୍ବର୍ଦ୍ଧିତ କରାଯିବ।

ପୁରସ୍କାର ଭାବେ ଧର୍ମପଦ ଶିଳ୍ପୀଙ୍କୁ ୫ ଲକ୍ଷ ଟଙ୍କାର ଚେକ୍, ତାମ୍ରଫଳକ ଏବଂ ଉପକୌଢନ ପ୍ରଦାନ କରାଯିବ। ସେହି ପରି ସମ୍ବର୍ଦ୍ଧିତ ଶିଳ୍ପୀଙ୍କୁ ୧ ଲକ୍ଷ ଟଙ୍କା, ତାମ୍ରଫଳକ, ଉପକୌଢନ ଏକ ସ୍ଵତନ୍ତ୍ର ଉତ୍ସବରେ ପ୍ରଦାନ କରାଯିବ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି