ଧର୍ମ ରାଜ୍ୟ ସ୍ପେଶାଲ ରିପୋର୍ଟ

ଘୋଷଯାତ୍ରାର ଶେଷ ପର୍ବ ନୀଳାଦ୍ରି ବିଜେ, ନୀଳକନ୍ଦରକୁ ଫେରିଯିବେ ଚତୁର୍ଦ୍ଧା ମୂରତି

ପୁରୀ ୧୨।୦୭: ସରିଲା ଘୋଷଯାତ୍ରା। ଆଜି ଘୋଷଯାତ୍ରାର ଶେଷ ପର୍ବ ନୀଳାଦ୍ରି ବିଜେ ନୀତି ହେବ । ପୁଣି ନୀଳକନ୍ଦରକୁ ଫେରିଯିବେ ଚତୁର୍ଦ୍ଧାମୂରତି । ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତି ପୁଣି ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନମଣ୍ଡପକୁ ବିଜେ କରିବେ। ଏତେ ଦିନ ଧରି ମାନ କରି ରହିଥିବା ମା’ ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ରସଗୋଲା ଦେଇ ସ୍ବୟଂ ବିଶ୍ବନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥ ମାନଭଞ୍ଜନ କରିବେ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସୋମବାର ବିଳମ୍ୱିତ ରାତିରେ ଅଧର ନୀତି ଶେଷ ପରେ ଆଜି ନୀତି ଆରମ୍ଭ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ କରିଛି।
ସେପଟେ ଶ୍ରୀକ୍ଷେତ୍ରରେ ରଥ ଉପରେ ୩ ଦିଅଁଙ୍କ ଅଧରପଣା ନୀତି ସମ୍ପନ୍ନ ହୋଇଛି । ରାଘବଦାସ ମଠ, ଓଡ଼ିଆ ମଠ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଗୋଟିଏ ଲେଖାଏଁ କରି ୩ ରଥ ଉପରେ ଅଧରପଣା ବ୍ୟବସ୍ଥା କରାଯାଇଥିଲା। ଠାକୁରଙ୍କ ଅଧରକୁ ପାଇବା ଭଳି ଉଚ୍ଚ ଥିବା ତୁମ୍ବ ବା ମାଟି ହାଣ୍ଡିରେ ପଣା ଢଳାଯାଇ ଭୋଗ କରାଯାଇଥିଲା। ସାଚି, ଛେନା, କଦଳୀ, କ୍ଷୀର, ସର, ଗୋଲମରିଚ , କର୍ପୁର, ଜାଇଫଳ, କଦଳୀ ଇତ୍ୟାଦି ଦ୍ରବ୍ୟରେ ପଣା ପ୍ରସ୍ତୁତ ହୋଇଥିଲା। ସିଂହଦ୍ବାର ସମ୍ମୁଖ ଛାଉଣୀମଠର କୂଅରୁ ପାଣିଆ ଆପଟ ସେବକମାନେ ପଣା ପାଇଁ ପାଣି ଯୋଗାଇ ଥିଲେ । ପରେ ପତ୍ରିବଡୁ, ସୁଆର ବଡ଼ୁ, ଗରାବଡୁ ସେବକ ୩ ରଥରେ ପଣା ପ୍ରସ୍ତୁତ କରିଥିଲେ । ମଧ୍ୟାହ୍ନ ଧୂପ ପରେ ପୂଜାପଣ୍ଡାମାନେ ପଞ୍ଚ ଉପଚାରରେ ପଣା ପୂଜା କରିଥିଲେ । ଭୋଗ ପରେ ରଥ ଉପରେ ପଣା ହାଣ୍ଡି ଭଙ୍ଗା ଯାଇଥିଲା। ରଥଯାତ୍ରା ସମୟରେ ଶ୍ରୀଜୀଉମାନଙ୍କ ରଥ ସହିତ ବହୁ ଦେବାଦେବୀ, ଚଣ୍ଡି, ଚାମୁଣ୍ଡା ମଧ୍ୟ ଯାତ୍ରା କରିଥାନ୍ତି। ତେବେ ସେମାନଙ୍କ ସନ୍ତୁଷ୍ଟି ନିମନ୍ତେ ଏହି ପଣା ମହାପ୍ରଭୁଙ୍କୁ ସମର୍ପଣ ପରେ ,ରଥରେ ରହିଥିବା ସମସ୍ତ ଅଶରୀରିଙ୍କୁ ଅର୍ପଣ ନିମନ୍ତେ ଭଙ୍ଗାଯାଇଥାଏ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ