ରାଜ୍ୟ

ଚକଡେରା ଅନୁକୂଳ ଆଜି: ଚକ ଓ ଅଖ କାମ ଜାରି

ପୁରୀ: ରଥଖଳାରେ ରଥ ନିର୍ମାଣ କାମକୁ ଆଜି ୧୮ ଦିନ ପୂରିଛି। ଗତକାଲି ତିନି ରଥର ୪୨ଟି ଚକରୁ ୧୬ଟି ଚକ ନିର୍ମାଣ ସରିଥିଲା। ଆଜି କାମ ଶେଷ ସୁଦ୍ଧା ତିନି ରଥର ଆଉ ଦୁଇଟି ଲେଖାଏଁ ଚକ ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଗତକାଲି ଭୋଇସର୍ଦ୍ଦାର ରବି ଭୋଇଙ୍କ ତତ୍ତ୍ୱାବଧାନରେ ଭୋଇ ସେବକମାନେ ତିନିଟି ଲେଖାଏଁ ତୁମ୍ବରେ ଅର ସଂଯୋଗ ପୂର୍ବକ ଯନ୍ତାଗାଡ଼ଠାରେ ସିଙ୍ଗଡ଼ା ବାଡ଼ିଆ କାର୍ଯ୍ୟ ଶେଷ କରି ଅଖବିନ୍ଧ ପାଇଁ ରଥଚାଳିକୁ ଯୋଗାଇ ଦେଇଥିଲେ। ଆଜି ସିଙ୍ଗଡ଼ା ବାଡ଼ିଆ ସରିଥିବା ତୁମ୍ବଗୁଡିକରେ ବିନ୍ଧ କାରିଗରଙ୍କ ଦ୍ୱାରା ଅଖବିନ୍ଧ ହୋଇଛି।

ତିନି ରଥର ମହାରଣା ସେବକମାନେ ମାପ ପ୍ରକାରେ ବଳକା ଅର କଟିଂ ତଥା ସାଲ କାର୍ଯ୍ୟ ଶେଷ କରିଛନ୍ତି। ମହାରଣା ସେବକମାନେ ଚକ ପ୍ରସ୍ତୁତ ପାଇଁ ୮ଟି ଲେଖାଏଁ ପଇ ବିନ୍ଧ ଶେଷ କଲା ପରେ ତିନି ରଥର ସିଙ୍ଗଡ଼ାରେ ପଇ ସଂଯୋଗ ଶେଷ କରିଛନ୍ତି। ପଇରେ ବିଲେଇ ବାଡିଆ ହୋଇ ପଇ କଳସା ଜାରି ରହିଛି। ରଥ ଖଳାରେ ସ୍ଥାନାଭାବ ଯୋଗୁ ଅଧିକ ଚକ ନିର୍ମାଣ କରି ରଖିବା ସମ୍ଭବ ହେଉ ନଥିବାରୁ ଉପଯୁକ୍ତ ସ୍ଥାନ ଖୋଜା ଚାଲିଛି। ପରମ୍ପରା ପ୍ରକାରେ ଆସନ୍ତାକାଲି ଭଉଁରି ତିଥିରେ ଚକ ଓ ଅଖ ଡେରା ନୀତି ପରେ ନିର୍ମାଣ ସରିଥିବା ଚକଗୁଡ଼ିକୁ ବିଧିମତେ ବାହାରକୁ ନିର୍ଦ୍ଦିଷ୍ଟ ସ୍ଥାନକୁ ଅଣାଯିବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।