ରାଜ୍ୟ

ଚଢ଼ିଗଲା ପିକଅପ୍: ଉଡ଼ିଗଲା ୩ ବର୍ଷୀୟା ଶିଶୁକନ୍ୟାର ପ୍ରାଣବାୟୁ

ମୋହନା: ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଦମାଦୂଆ ପଞ୍ଚାୟତର ଗାଣ୍ଡାଗୁଡା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା। ପିକ୍ଅପ୍ ଗାଡ଼ି ଚାପାରେ ଜଣେ ୩ ବର୍ଷୀୟା ଶିଶୁକନ୍ୟାର ମୃତ୍ୟୁ ଘଟିଛି।

ସୂଚନା ଅନୁଯାୟୀ, ଗ୍ରାମର ଲୁଷ୍ୟନ ନାୟକ ଗାଁକୁ ଆସିଥିବା କବାଡିବାଲାର ପିକ୍ଅପ୍ ଗାଡିକୁ ଅଟକାଇବା ସମୟରେ ହଠାତ୍ ଗାଡ଼ିଟି ତାଙ୍କ ତିନି ବର୍ଷର ଝିଅ ଦୀପ୍ତି ନାୟକ ଗାଡ଼ିର ପଛ ଚକା ତଳକୁ ଆସି ଯାଇଥିଲେ, ଯାହା ଦ୍ୱାରା ଗାଡ଼ି ଚକା ତଳେ ଚାପି ହୋଇ ଘଟଣା ସ୍ଥଳରେ ହିଁ ଝିଅଟିର ମୃତ୍ୟୁ ଘଟିଥିଲା। ଖବର ପାଇ ଘଟଣା ସ୍ଥଳରେ ଅଡବା ଥାନା ପୁଲିସ୍ ପହଞ୍ଚି ଶବ ଓ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ତଦନ୍ତ ଆରମ୍ଭ କରିଛି। ଘଟଣା ସ୍ଥଳରେ ଉତ୍ତେଜନା ଲାଗି ରହିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।