ଅପରାଧ ରାଜ୍ୟ

ଚଢାଉ ପାଇଁ ଯାଇଥିବା ବେଳେ ଆକ୍ରମଣର ଶିକାର, ତହସିଲଦାରଙ୍କୁ ଗୋଡାଇ ଗୋଡାଇ ପିଟିଲେ ଆଦିବାସୀ

ସାନଖେମୁଣ୍ଡି ୬।୮: ତହସିଲଦାରଙ୍କୁ ଗୋଡାଇ ଗୋଡାଇ ପିଟିଲେ ଆଦିବାସୀ । ଗଞ୍ଜାମ ଜିଲ୍ଲା ପାତ୍ରପୁର ତହସିଲଦାର ଅମିତ କୁମାର ନାୟକଙ୍କୁ ଗାଁ ଲୋକେ ପିଟିଲେ । ଅବକାରୀ ବିଭାଗ କର୍ମଚାରୀଙ୍କୁ ମଧ୍ୟ ମାଡ ମାରିଥିବା ନେଇ ଅଭିଯୋଗ ହୋଇଛି । ଏହାସହ ୩ଟି ସରକାରୀ ଗାଡିକୁ ଅଟକ ରଖିଛନ୍ତି ଲୋକେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ମେଡିକାଲକୁ ପଠାଇଥିବା ସୂଚନା ମିଳିଛି ।

ସୂଚନାଯୋଗ୍ୟ ଯେ, ପାତ୍ରପୁର ବ୍ଲକର ଆଦିବାସୀ ଗାଁ ବୁଡିଘାଟିରେ ମଦ ବେପାର ଉପରେ ଚଢ଼ାଉ ବେଳେ ତହସିଲଦାର ଓ ଅବକାରୀ ବିଭାଗକୁ ଗୋଡାଇ ଗୋଡାଇ ଆଦିବାସୀମାନେ ପିଟିଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରିଥିଲା । ସୁରଙ୍ଗୀ ମେଡିକାଲରେ ଚିକିତ୍ସା ପାଇଁ ତହସିଲଦାର ପହଞ୍ଚିଛନ୍ତି । ଘଟଣାସ୍ଥଳକୁ ଚିକିଟି ଏସଡିପିଓ କୃଷ୍ଣଚନ୍ଦ୍ର ଭତ୍ର ଯାଉଥିବା ନେଇ ସୂଚନା ମିଳିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।