ଧର୍ମ ରାଜ୍ୟ

ଚନ୍ଦ୍ରଭାଗାରେ ମାଘମେଳା ବୁଡ଼ ବନ୍ଦ; ଆଜି ଅପରାହ୍ଣ ୪ରୁ କଟକଣା, ନୀତିକାନ୍ତିକୁ ଅନୁମତି

ପୁରୀ :‌ କ‌ରୋନା ମହାମାରୀକୁ ଦୃଷ୍ଟିରେ ରଖି ଚଳିତବର୍ଷର ଚନ୍ଦ୍ରଭାଗା ମାଘମେଳା ବୁଡ଼ ବନ୍ଦ କରି ଦିଆଯାଇଛି। ପୁରୀ ଜିଲ୍ଲା ପ୍ରଶାସନ ଏଥିରେ କଟକଣା ଲଗାଇଛି। କେବଳ ମାଘସପ୍ତମୀ ନୀତିକାନ୍ତି ସ୍ବାଭାବିକ ଚାଲିବ। ବାକି ସବୁକିଛି ବନ୍ଦ ରଖାଯାଇଛି ବୋଲି ଉପଜିଲ୍ଲାପାଳ ଭବତାରଣ ସାହୁ କହିଛନ୍ତି। ଏ ଉପରେ ବିଧିବଦ୍ଧ ଆଦେଶନାମା ଜାରି ‌ହୋଇଛି।

ଉପଜିଲ୍ଲାପାଳ ଶ୍ରୀ ସାହୁଙ୍କ ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ କୁହାଯାଇଛି ଯେ ମାଘମେଳାକୁ ଦୃ‌ଷ୍ଟିରେ ରଖି କୋଣାର୍କ ଥାନା ଅନ୍ତର୍ଗତ ଚନ୍ଦ୍ରଭାଗା ମେଳା ପଡ଼ିଆ, ତୀର୍ଥ ପୁଷ୍କରିଣୀ, ନବଗ୍ରହ ମନ୍ଦିରରେ ସର୍ବସାଧାରଣ ଦର୍ଶନ ଓ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ରବିବାର(୬ ତାରିଖ) ଅପରାହ୍ନ ୪ଟାରୁ ୭ ତାରିଖ ସକାଳ ୯ଟା ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। ନୀତିକାନ୍ତି ସମ୍ପନ୍ନ ହେବା ପରେ କଟକଣା ପ୍ରତ୍ୟାହାର ହେବ।

ଚନ୍ଦ୍ରଭାଗା ମାଘମେଳା ବୁଡରେ ପ୍ରତିବର୍ଷ ଲକ୍ଷାଧିକ ଲୋକଙ୍କ ଭିଡ଼ ଜମେ। ଯଦ୍ବାରା ଭିଡ ବଢ଼ିବା ସହ ସାମାଜିକ ଦୂରତ୍ବ ରକ୍ଷା ନିୟମ ଉଲଂଘନ ଏବଂ କରୋନା ବ୍ୟାପିବାର ଯଥେଷ୍ଟ ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ସର୍ବସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି। ଏହି ସମୟ ମଧ୍ୟରେ ନୀତିକାନ୍ତି ସହ ଜଡିତ ସେବାୟତ, ଦାୟିତ୍ବରେ ଥିବା ସରକାରୀ ଅଧିକାରୀ, ସ୍ଥାନୀୟ ଗଣାମଧ୍ୟମ ପ୍ରତିନିଧି ଏବଂ ସ୍ବୀକୃତିପ୍ରାପ୍ତ ବ୍ୟକ୍ତିବିଶେଷଙ୍କ ପ୍ରବେଶ ଅନୁମତି ରହିଛି। ଏହି ନିର୍ଦ୍ଦେଶନାମା କଡାକଡି ପାଳନ ପାଇଁ ସଂପୃକ୍ତ ଥାନାର ଥାନାଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ