ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ଚଳିତ ମାଟ୍ରିକ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ମେଧା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ସାଲେପୁର ୧୨।୭: କଟକ ସଦର ବ୍ଲକ୍ ଅନ୍ତର୍ଗତ ୪୨ ମୌଜା ଅଞ୍ଚଳରେ ଥିବା ସମସ୍ତ ହାଇସ୍କୁଲରେ ଚଳିତ ମାଟ୍ରିକ ପରୀକ୍ଷାରେ ଏ୧ ଏବଂ ଏ୨ରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା । ଏଥିପାଇଁ ୪୨ମୌଜା କଳପଡା ପଞ୍ଚାୟତ କଲ୍ୟାଣ ମଣ୍ଡପରେ ସମ୍ବର୍ଦ୍ଧନା ସମାରୋହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟାପକ ସ୍ବାଧିନ ଷଡ଼ଙ୍ଗୀ ସମ୍ବର୍ଦ୍ଧନା ସମାରୋହରେ ସଭାପତିତ୍ବ କରିଥିଲେ । ମୁଖ୍ୟ ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ତଥା କଟକ ସଦର ବିଧାୟକ ଚନ୍ଦ୍ର ସାରଥୀ ବେହେରା ଯୋଗଦେଇଥିଲେ । ଯେତେ ଉଚ୍ଚସ୍ତରକୁ ଗଲେବି ଶିକ୍ଷା ଅର୍ଜନ କରିଥିବା ସ୍କୁଲ ଏବଂ ଜନ୍ମଭୂମିକୁ ଜୀବନରେ ଭୁଲିବ ନାହିଁ ବୋଲି ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ କହିଥିଲେ।

ଏହି କାର୍ଯ୍ୟକ୍ରମରେ କଟକ ସଦର ବ୍ଲକ୍ ବିଡିଓ ରାଜୀବ ଲୋଚନ ପରିଡା, ଆସିଷ୍ଟାଣ୍ଟ ଇଞ୍ଜିନିୟର ବିକାଶ କୁମାର ଭୁୟାଁ ପ୍ରମୁଖ ଯୋଗ ଦେଇଥିଲେ । ଶ୍ରୀରାମଦଧିବାମନପୁରରେ ଅବସ୍ଥିତ ସରସ୍ବତୀ ବିଦ୍ୟାମନ୍ଦିରର ଛାତ୍ର ଦିପ୍ତେଶ ସେନାପତି ୯୫ ପ୍ରତିଶତରୁ ଅଧିକ ମାର୍କ ରଖି ଉତ୍ତୀର୍ଣ୍ଣ ହୋଇଥିବାରୁ ମାନପତ୍ର ସହିତ ଟ୍ରଫି ପ୍ରଦାନ କରିଥିଲେ । ସେହିପରି ୮୦ ପ୍ରତିଶତରୁ ଉର୍ଦ୍ଧ୍ବ ମାର୍କ ରଖିଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା କରାଯିବା ସହ ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ମଧ୍ୟ ସମ୍ମାନୀତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଅଞ୍ଚଳର ଜନସାଧାରଣଙ୍କ ସହ ଅଭିଭାବକମାନେ ଯୋଗ ଦେଇଥିଲେ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି