ଅପରାଧ ରାଜ୍ୟ

ଚିକିତ୍ସାଧୀନ ଅବସ୍ଥାରେ ସ୍ତ୍ରୀଙ୍କ ମୃତ୍ୟୁ : ଦମ୍ପତ୍ତିଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ ଦୁର୍ବୃତ୍ତ

ଘଟଗାଁ ୨୪।୮: କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଧଗୋଠ ଗ୍ରାମରେ ପେଟ୍ରୋଲ ଢାଳି ନିଆଁ ଲଗାଇ ସ୍ବାମୀ-ସ୍ତ୍ରୀଙ୍କୁ ମାରିବା ଉଦ୍ୟମ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ । ରାତିରେ ଶୋଇଥିବା ବେଳେ ବାହାର ପଟୁ ତାଲା ପକାଇ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ ଦୁର୍ବୃତ୍ତ । ନିଆଁରେ ପୋଡି ହୋଇ ଉଭୟ ସ୍ବାମୀ-ସ୍ତ୍ରୀ ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲ ସ୍ତାନାନ୍ତର ହୋଇଥିଲେ ।

ସୂଚନାଯୋଗ୍ୟ ଯେ, ଗତ ୨୨ ତାରିଖ ଦିନ କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଧଗୋଠ ଗ୍ରାମର ଉଗ୍ରସେନ ପଲେଇ ଏବଂ ତାଙ୍କ ସ୍ତ୍ରୀ ଜୟନ୍ତି ପଲେଇ ରାତିରେ ଶୋଇଥିବା ସମୟରେ ବାହାର ପଟୁ ତାଲା ପକାଇ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ ଅଜଣା ଲୋକ । ନିଆଁରେ ପୋଡି ହୋଇ ଉଭୟ ସ୍ବାମୀ-ସ୍ତ୍ରୀ ଗୁରୁତର ହୋଇଥିଲେ । ଗୁରୁତର ଅବସ୍ଥାରେ ଉଭୟଙ୍କୁ ପ୍ରଥମେ ହରିଚନ୍ଦନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ଉଭୟଙ୍କୁ କଟକ ବଡ ମେଡିକାଲ ସ୍ଥା କରାଯାଇଥିଲା । ମଙ୍ଗଳବାର ଉଗ୍ରସେନଙ୍କ ସ୍ତ୍ରୀ ଜୟନ୍ତିଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ପୋଲିସ ଅଭିଯୁକ୍ତର ଟେର ପାଇପାରିନଥିବା ବେଳେ ତଦନ୍ତ ଜାରି ରଖିଛି ପୋଲିସ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।