ଅପରାଧ ରାଜ୍ୟ

ଚୋରା ବନ୍ଧୁକ ରାକେଟକୁ ଧରିଲା ପୁରୀ ପୋଲିସ,୭ ବେପାରୀ ଗିରଫ

ପୁରୀ ୨୮।୦୫: ପୁରୀ ପୋଲିସ କବ୍‌ଜାରେ ସାତ ଜଣିଆ ଆନ୍ତଃ ରାଜ୍ୟ ବନ୍ଧୁକ ବେପାରୀ ଗ୍ୟାଙ୍ଗ । ପୁରୀ ସହରରେ ବିଭିନ୍ନ ହତ୍ୟାକାଣ୍ଡ ଓ ଅପରାଧିକ କାର୍ଯ୍ୟକଳାପରେ ସଂପୃକ୍ତ ଥିଲେ ଏହି ଗ୍ୟାଙ୍ଗ । ସେମାନଙ୍କ ନିକଟରୁ ୪ଟି ବନ୍ଧୁକ, ୪ଟି ଜୀବନ୍ତ ଗୁଳି, ୨ଟି ମୋବାଇଲ ଓ ୨୫୦୦ ଟଙ୍କା ଜବତ କରିଛି ପୋଲିସ ।

ତେବେ ଏହି ଗ୍ୟାଙ୍ଗର ମୁଖ୍ୟ ଅଭିଯୁକ୍ତ ତଥା ୭ଟି ମାମଲାରେ ସଂପୃକ୍ତ ଥିବା ସଦର ଥାନା ଅଞ୍ଚଳ ରେଣ୍ଡାଗଡର ଋଷିଆ ଓରଫ ରତିକାନ୍ତ ପରିଡ଼ା , ଶିରୁଳି ମହାବୀର ଅଞ୍ଚଳର ବିକି ଓରଫ ବିକ୍ରମ ପଣ୍ଡା, ନୟାଗଡ଼ ଖଣ୍ଡପଡ଼ାର ଅଶୋକ ସାହୁ, ୫ ଟି ମାମଲାରେ ସଂପୃକ୍ତ ଥିବା ନୂଆପାଟଣାର ଗୁଡୁ ଓରଫ ରୁଦ୍ରପ୍ରସାଦ ରାଉତ, ହାଡଗୋଡ଼ିଆ ସାହିର ରକି ଓରଫ ହରିଶ୍ଚନ୍ଦ୍ର ପୃଷ୍ଟି, ୬ ଟି ମାମଲାରେ ସଂପୃକ୍ତ ଥିବା ଖାକିମଠ ନୂଆ ସାହିର ଲୋକନାଥ ଦାଶ ଓ ବଉଳମଠ ଲେନର ରଞ୍ଜିତ କୁମାର ମହାନ୍ତି। ସଦର, ଟାଉନ ଓ ବଳିଆପଣ୍ଡା ଥାନା ଅଞ୍ଚଳରୁ ଏହି ଅପରାଧୀଙ୍କୁ ଗିରଫ କରାଯାଇଛି। ଏହି ୭ ଜଣଙ୍କ ମଧ୍ୟରୁ ୨ ଜଣ ଚୋରା ବନ୍ଧୁକ ଯୋଗାଇବାରେ ସଂପୃକ୍ତ ଥିଲେ। ଏହି ବର୍ଷ ବର୍ତ୍ତମାନ ସୁଦ୍ଧା ୧୬ ଟି ବନ୍ଧୁକ ଜବତ ହୋଇଥିବା ଏସପି କେ.ବିଶାଲ ସିଂହ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।