ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ଚୋର ସନ୍ଦେହରେ ମହାରାଷ୍ଟ୍ରରେ ନାବାଳକଙ୍କୁ ପିଟିପିଟି ହତ୍ୟା‌

ମୁମ୍ବାଇ: ମହାରାଷ୍ଟ୍ରର ପରଭଣି ଅଞ୍ଚଳର ଉଖଲାଡ଼ ଗ୍ରାମରେ ଆଜି ଜଣେ ନାବାଳକକୁ ଚୋର ସ‌ନ୍ଦେହରେ ପିଟିପିଟି ହତ୍ୟା କରାଯାଇଛି। ମୃତ ନାବାଳକ ଏବଂ ଅନ୍ୟ ୨ ଜଣ ଶିଖ୍‌ ବାଳକଙ୍କ ଉପରେ କିଛି ଲୋକ ଆକ୍ରମଣ କରିଥିଲେ। ସେମାନଙ୍କୁ ଚୋର ଭାବି ନିସ୍ତୁକ ମାଡ଼ ମରାଯାଇଥିଲା।

ଗୁରୁତର ଅବସ୍ଥାରେ ଜଣେ ନାବାଳକଙ୍କୁ ହସ୍ପିଟାଲରେ ଚିକିତ୍ସା କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଛି। ମୃତ ନାବାଳକ ଏବଂ ତାଙ୍କ ସାଙ୍ଗମାନେ ଛେଳି ଚୋରି କରୁଥିଲେ ବୋଲି ସନ୍ଦେହ କରି ସେମାନଙ୍କ ଉପରେ ଆକ୍ରମଣ ହୋଇଥିଲା। ପରଭଣି ଏସ୍‌ପି ରାଗସୁଧା ଆର୍‌ କହିଛନ୍ତି, ପୁଲିସ ଏହି ଘଟଣାରେ ୯ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି। ମାମଲାରେ ୪ ଜଣ ଗିରଫ ହୋଇଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ