ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ଛତିଶଗଡ଼ ପୁଲିସକୁ ବଡ଼ ସଫଳତା: ଯବାନଙ୍କ ଗୁଳିରେ ୪ ମାଓବାଦୀ ନିହିତ

ମାଲକାନଗିରି: ଛତିଶଗଡ଼ ପୁଲିସକୁ ମିଳିଛି ବଡ଼ ସଫଳତା। ଯବାନଙ୍କ ଗୁଳିରେ ୪ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଘଟଣା ସ୍ଥଳରୁ ଏସଏମଜି, ୟୁବିଜିଏଲ ପରି ଅତ୍ୟାଧୁନିକ ମାରଣାସ୍ତ୍ର ଜବତ ହୋଇଛି। ସୁକୁମା-ବିଜାପୁର ସୀମାବର୍ତ୍ତୀ ଗାଂଗାଲୁର ଜଂଗଲରେ ଏହି ଗୁଳି ବିନିମୟ ହୋଇଛି।

ମାଲକାନଗିରି ସୀମାନ୍ତରେ ପୁଣି ନକ୍ସଲଙ୍କୁ ଟାର୍ଗେଟ କଲେ ସୁରକ୍ଷାକର୍ମୀ। ବିଜାପୁର ଜିଲ୍ଲାର ଗାଙ୍ଗଲୁର ଥାନା ଅଞ୍ଚଳରେ ପୁଲୁସ ଓ ନକ୍ସଲ ମଧ୍ୟରେ ଗୁଳିବିନିମୟ। ଏହି ଗୁଳିବିନିମୟରେ ୪ ଜଣ ନକ୍ସଲ ମୃତ୍ୟୁବରଣ କରିଛନ୍ତି। ବିପୁଳ ପରିମାଣର ମାଓ ସାମଗ୍ରୀ ସହ ବନ୍ଧୁକ ଜବତ ହୋଇଛି। ବିଶେଷ ସୂତ୍ରରୁ ଖବର ପାଇ ଗାଙ୍ଗଲୁର ଥାନା ଅଂଚଳର ଧାମି ଗ୍ରାମ ନିକଟସ୍ଥ ଜଙ୍ଗଲରେ ଡ଼ିଆରଜି, ସିଆରପିଏଫ, କୋବ୍ରା, ବସ୍ତର ଫାଇଟର୍ସ, ବସ୍ତାରିୟା ବାଟାଲିୟନର ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ କରୁଥିବା ବେଳେ ନକ୍ସଲ ସହ ଗୁଳିବିନିମୟ ହୋଇଥିଲା। ଦୀର୍ଘ ସମୟ ଧରି ଗୁଳିବିନିମୟ ପରେ ନକ୍ସଲ ଛତ୍ରଭଙ୍ଗ ଦେଇଥିଲେ। ଘଟଣାସ୍ଥଳରେ ସର୍ଚିଂ ବେଳେ ୪ ଜଣ ନକ୍ସଲଙ୍କ ମୃତଦେହ ଉଦ୍ଧାର କରାଯିବା ସହ ଏକେ-୪୭,ଏଲଏମଜି, ଅଟୋମେଟିକ ବନ୍ଧୁକ ସହ ମାଓ ସାମଗ୍ରୀ ଜବତ କରାଯାଇଛି। ଏସପି ଘଟଣା ଉପରେ ନଜର ରଖିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ