ଅପରାଧ ରାଜ୍ୟ

ଛିଡ଼ା ହୋଇଥିବା ଟ୍ରକକୁ ଧକ୍କା ଦେଲେ ସ୍କୁଟି ଚାଳକ: ଚାଲିଗଲା ୨ ଯୁବକଙ୍କ ଜୀବନ, ଜଣେ ଗୁରୁତର

ଦାନଗଦି: ଯାଜପୁର ଜିଲା ଟମକା ଥାନା ଅନ୍ତର୍ଗତ ମହୁଲମୂଳ ଛକରେ ରାତିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦୁଇ ଜଣ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଜଣେ ଯୁବକଙ୍କୁ ଗୁରୁତର ଆହତ ଅବସ୍ଥାରେ ଦାନଗଦି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଖବର ମୁତାବକ, ସୋମବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଡୁବୁରୀ-ନରଣପୁର ପୂର୍ତ୍ତ ବିଭାଗ ରାସ୍ତାର ଡୁବୁରୀ ପଟରୁ ଏକ ସ୍କୁଟିରେ ୩ ଜଣ ଯୁବକ ଟମକା ପଟକୁ ଯାଉଥିବା ବେଳେ ରାସ୍ତା ଉପରେ ଠିଆ ହୋଇଥିବା ଏକ କୋଇଲା ବୋଝେଇ ଟ୍ରକ୍ ପଛ ପଟରେ ସ୍କୁଟିଟି ମାଡ଼ ହୋଇ ଗାଡ଼ି ଭିତରକୁ ପଶି ଯାଇଥିଲା। ଏହାଫଳରେ ଘଟଣାସ୍ଥଳରେ ହିଁ ସ୍କୁଟି ଚାଳକ ଓ ମଝିରେ ବସିଥିବା ଯୁବକଙ୍କର ମୃତ୍ୟୁ ଘଟିଥିଲା। ପଛରେ ବସିଥିବା ଯୁବକଙ୍କୁ ଗୁରୁତର ଅବସ୍ଥାରେ ସେଠାରୁ ଉଦ୍ଧାର କରାଯାଇଥିଲା।

ତାଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ଦାନଗଦି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତୀ କରାଯାଇଛି। ଟମକା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଦୁର୍ଘଟଣାର ଅନୁସନ୍ଧାନ କରୁଛି।
ମୃତ ଦୁଇ ଯୁବକ ହେଲେ ଟମକା ଥାନା କିଆଝର ଗ୍ରାମର ମହେନ୍ଦ୍ର ମାଝୀ ଓ ମନ ମୁର୍ମୁ। ଗୁରୁତର ଆହତ ଥିବା କେଶବ ମାରାଣ୍ଡିଙ୍କୁ ପ୍ରଥମେ ଦାନଗଦି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।