ରାଜ୍ୟ ସ୍ପେଶାଲ ରିପୋର୍ଟ

ଜଳେଶ୍ବରରେ ଚଳନ୍ତା ଟ୍ରକକୁ ପଛରୁ ପିଟିଲା ଦ୍ରୁତଗାମୀ ଆମ୍ବୁଲାନ୍‌ସ; ଜଣେ ମୃତ, ୬ ଗୁରୁତର

ଜଳେଶ୍ଵର: ଚଳନ୍ତା ଟ୍ରକକୁ ଦ୍ରୁତଗାମୀ ଆମ୍ବୁଲାନ୍‌ସ ପଛପଟରୁ ଶକ୍ତ ଧକ୍କା ଦେଇଛି। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଲୋକଙ୍କର ମୃତ୍ୟୁ ଘଟିଥିଲା ‌ବେଳେ ୬ ଜଣ ଗୁରୁତର ହୋଇଛନ୍ତି। ୧୬ ନମ୍ବର ଜାତୀୟ ରାଜପଥର ଜଳେଶ୍ଵର ଥାନା ଅଧିନସ୍ଥ ନହଞ୍ଜରା ନିକଟସ୍ଥ ଖୁସି ପ୍ଲାଜା ନିକଟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଦୁର୍ଘଟଣାର ଶିକାର ହୋଇଥିବା ଲୋକଙ୍କର ପରିଚୟ ମିଳି ନଥିଲା ବେଳେ, ସେମାନେ ପଶ୍ଚିମବଙ୍ଗର ବୋଲି ଜଣାପଡ଼ିଛି।

ସୂଚନା ଅନୁସାରେ ଆଜି ସକାଳ ପ୍ରାୟ ସାଢ଼େ ୬ଟା ବେଳକୁ ଭୁବନେଶ୍ବର ଏମ୍‌ସୁ ‌ରୋଗୀ ଓ ‌ସଂପର୍କୀୟମାନଙ୍କୁ ନେଇ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିଲା। ଏହି ଆମ୍ବୁଲାନ୍‌ସଟି ନହଞ୍ଜରା ନିକଟସ୍ଥ ଖୁସି ପ୍ଲାଜା ନିକଟରେ ଏକ ଚଳନ୍ତା ଟ୍ରକ ପଛରେ ପିଟି ହୋଇଯାଇଥିଲା। ଫଳରେ ଆମ୍ବୁଲାନ୍‌ସରେ ଥିବା ଚାଳକଙ୍କ ସମେତ ୭ ଜଣ ଯାତ୍ରୀଙ୍କ ମଧ୍ୟରୁ ଜଣଂକର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୬ ଜଣ ଗୁରୁତର ହୋଇଥିଲେ। ସମସ୍ତ ଆମ୍ବୁଲାନ୍‌ସ ଆରୋହୀ ପଶ୍ଚିମବଙ୍ଗର ମେଦିନୀପୁର ଅଞ୍ଚଳର ବୋଲି କୁହାଯାଇଛି। ଗୁରୁତରମାନଙ୍କୁ ପ୍ରଥମେ ଜଳେଶ୍ଵର ଜିକେ ଭଟ୍ଟର ହସ୍ପିଟାଲକୁ ନିଆ ଯାଇଥିବା ବେଳେ ସେଠାରୁ ପୁଣି ମେଦିନୀପୁର ସ୍ଥାନାନ୍ତର କରାଯାଇଛି। ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। ଆମ୍ବୁଲାନ୍‌ସଟି ସଂପୂର୍ଣ୍ଣ ରୂପେ ଭାଙ୍ଗିଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।