ରାଜ୍ୟ

ଜଷ୍ଟିସ୍‌ ପୂଜାହାରୀ ମାନବାଧିକାର ଆୟୋଗ ଅଧ୍ୟକ୍ଷ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅନୁମୋଦନକ୍ରମେ ଆଜି ରାଜ୍ୟ ସରକାର ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ଶତ୍ରୁଘ୍ନ ପୂଜାହାରୀଙ୍କୁ ଓଡ଼ିଶା ମାନବାଧିକାର ଆୟୋଗ (ଓଏଚ୍‌ଆର୍‌ସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ସେହିପରି ଆଇନଜୀବୀ ଅସୀମ ଅମିତାଭ ଦାଶଙ୍କୁ ଓଡ଼ିଶା ମାନବାଧିକାର ଆୟୋଗର ସଦସ୍ୟ ଭାବେ ପୁନଃ ନିଯୁକ୍ତି ଦିଆଯାଇଛି। ଜଷ୍ଟିସ୍ ପୂଜାହାରୀ ଏବଂ ଶ୍ରୀ ଦାଶ ଯେବେଠାରୁ ଦାୟିତ୍ବ ନେବେ ସେବେଠାରୁ ତାଙ୍କ କାର୍ଯ୍ୟକାଳ ଆରମ୍ଭ ହେବ। ସର୍ବାଧିକ ୩ବର୍ଷ କିମ୍ବା ୭୦ବର୍ଷ ହେବା ପର୍ଯ୍ୟନ୍ତ ସେମାନେ ଏହି ପଦବିରେ କାର୍ଯ୍ୟ କରିବେ ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ ଯେ ଓଏଚ୍‌ଆର୍‌ସିର ଅଧ୍ୟକ୍ଷ ଭାବେ ଜଷ୍ଟିସ୍ ବିଜୟ କ୍ରିଷ୍ଣା ପଟେଲଙ୍କର ଜାନୁଆରି ୨୩ରେ କାର୍ଯ୍ୟକାଳ ସରିବା ପରେ ଅଧ୍ୟକ୍ଷ ପଦବି ଖାଲି ପଡ଼ିଥିଲା। ସେହିପରି ଶ୍ରୀ ଦାଶଙ୍କ କାର୍ଯ୍ୟକାଳ ସରିବା ପରେ ଜଣେ ସଦସ୍ୟ ପଦବି ବି ଖାଲି ପଡ଼ିଥିଲା। ନିୟମ ଅନୁଯାୟୀ ଓଏଚ୍‌ଆର୍‌ସିରେ ଜଣେ ଅଧ୍ୟକ୍ଷ ଏବଂ ଦୁଇ ଜଣ ସଦସ୍ୟ ରହିବାକୁ ଥିବାବେଳେ କେବଳ ଜଷ୍ଟିସ୍ ରଘୁବୀର ଦାଶ ସଦସ୍ୟ ଭାବେ କାର୍ଯ୍ୟ କରୁଥିଲେ। ତେଣୁ ଏହି ଦୁଇ ଜଣଙ୍କୁ ନୂଆ ନିଯୁକ୍ତି ଦିଆଯାଇଛି।

ଫେବ୍ରୁ୍ଆରି ୪ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଜଷ୍ଟିସ୍ ପୂଜାହାରୀଙ୍କୁ ଓଏଚ୍‌ଆର୍‌ସିର ଅଧ୍ୟକ୍ଷ ଏବଂ ଆଇନଜୀବୀ ଶ୍ରୀ ଦାଶଙ୍କୁ ଓଏଚ୍‌ଆର୍‌ସିର ସଦସ୍ୟ ଭାବେ ନିଯୁକ୍ତି ଦେବାକୁ ନିଷ୍ପତ୍ତି ହୋଇଥିଲା। ଏହାପରେ ଏହି ଦୁଇ ଜଣଙ୍କ ନାମ ରାଜ୍ୟପାଳଙ୍କୁ ସୁପାରିସ୍ କରାଯାଇଥିଲା। ରାଜ୍ୟପାଳଙ୍କ ଅନୁମୋଦନ ପରେ ଆଜି ଆଇନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।