ରାଜ୍ୟ ସ୍ପେଶାଲ ରିପୋର୍ଟ

ଜଷ୍ଟିସ ସଂଜୟ କୁମାର ମିଶ୍ରଙ୍କ ଶପଥ ଗ୍ରହଣ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

କଟକ: ଜଷ୍ଟିସ ସଂଜୟ କୁମାର ମିଶ୍ର ଝାଡଖଣ୍ଡ ହାଇକୋର୍ଟର ୧୪ତମ ମୁଖ୍ୟ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି।
ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଝାଡ଼ଖଣ୍ଡ ରାଜ୍ୟପାଳ ସି.ପି.ରାଧାକ୍ରିଷ୍ଣନ ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ ମିଶ୍ରଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ଏହି ଅବସରରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ବିଧାନସଭା ବାଚସ୍ପତି, ହାଇକୋର୍ଟର ସମସ୍ତ ବିଚାରପତି, କ୍ୟାବିନେଟ ମନ୍ତ୍ରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।

ଉଲ୍ଲେଖଯୋଗ୍ୟ ଯେ ଜଷ୍ଟିସ ସଂଜୟ କୁମାର ମିଶ୍ର ୨୦୨୧, ଅକ୍ଟୋବର ୧୧ରେ ସେ ଉତ୍ତରାଖଣ୍ଡ ହାଇକୋ‌ର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ଉତ୍ତରାଖଣ୍ଡ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ମଧ୍ୟ ସେ ଦାୟିତ୍ବ ନିର୍ବାହ କରିଥିଲେ। ଜଷ୍ଟିସ ମିଶ୍ରଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ କଲେଜିୟମ ୨୦୨୨, ଡିସେମ୍ବର ୧୩ରେ ସୁପାରିସ କରିଥିଲେ। ଏହାପରେ ଏ ନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ତରଫରୁ ଗତ ୧୭ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।