ରାଜ୍ୟ ସ୍ପେଶାଲ ରିପୋର୍ଟ

ଜାତି ଉଦ୍ଦେଶ୍ୟରେ ସମର୍ପିତ ହେଲା ଡାକୋଟା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ବିଜୁ ବାବୁଙ୍କ ପ୍ରିୟ ‘ଡାକୋଟା ବିମାନ ଡିସି-୩ (ଭିଟି-ଏଜେଆଇ)’କୁ ଜାତି ଉଦ୍ଦେଶ୍ୟରେ ସମର୍ପଣ କରାଯାଇଛି। ରବିବାର ପୂର୍ବାହ୍ନରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ ସମ୍ମୁଖରେ ଏହି ବିମାନଟିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଥିଲେ। ବିମାନଟିକୁ ଏବେ ସାଧାରଣ ଲୋକ ବୁଲି ଦେଖିପାରିବେ। ସୂଚନାଯୋଗ୍ୟ ଯେ ଏହି ବିମାନଟି କୋଲକତା ବିମାନବନ୍ଦରରେ ଦୀର୍ଘ ବର୍ଷ ହେଲା ପରିତ୍ୟକ୍ତ ଅବସ୍ଥାରେ ଥିଲା। ରାଜ୍ୟ ସରକାରଙ୍କ ଉଦ୍ୟମରେ ଏହାକୁ ଭୁବନେଶ୍ବର ବିମାନ ବନ୍ଦରକୁ ଆଣି ମରାମତି କରିବା ପରେ ନୂଆ ରୂପ ଦିଆଯାଇଛି।

ଏହି ବିମାନରେ ବିଜୁ ବାବୁଙ୍କର ବୀରତ୍ବ ଓ ପରାକାଷ୍ଠାର କାହାଣୀ ରହିଛି। ଏଥିରେ ବିଜୁ ବାବୁ, ତାଙ୍କ ପତ୍ନୀ ଜ୍ଞାନ ପଟ୍ଟନାୟକଙ୍କ ସହିତ ଇଣ୍ଡୋନେସିଆ ଯାଇ ସେଠାରେ ସ୍ବାଧୀନତା ସଂଗ୍ରାମୀମାନଙ୍କୁ ଡଚ୍‌ମାନଙ୍କ କବଳରୁ ମୁକ୍ତ କରି ଭାରତ ଆଣିଥିଲେ। ସେ କାହାଣୀ ଆଜି ସମସ୍ତେ ଜାଣନ୍ତି। କିନ୍ତୁ ଆଜିଠାରୁ ସେହି ଐତିହାସିକ ଘଟଣାର ଜୀବନ୍ତ ସାକ୍ଷୀକୁ ଦେଖିବାକୁ ସର୍ବସାଧାରଣ ସୁଯୋଗ ପାଇବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ବିମାନ ଏବେ ଯୁଗ ଯୁଗ ଧରି ଓଡ଼ିଆମାନଙ୍କୁ ସାହସ, ବୀରତ୍ୱ ଓ ଦେଶ ପାଇଁ ସମର୍ପଣ ଭାବର ବାର୍ତ୍ତା ଦେଇ ଚାଲିବ। ବିଶ୍ବବାସୀଙ୍କ ସମ୍ମୁଖରେ ଓଡ଼ିଶାର ମର୍ଯ୍ୟାଦାକୁ ପ୍ରତିଷ୍ଠିତ କରିବ।


ରବିବାର ଦିନ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର-ରଙ୍ଗେଇଲୁଣ୍ଡା ନନ୍‌ସିଡ୍ୟୁଲ୍ ବିମାନର ମଧ୍ୟ ଶୁଭାରମ୍ଭ କରିଛନ୍ତି। ଏହି ବିମାନ ପାଇଁ ଓଟିଡିସି ଏବଂ ବିଭିନ୍ନ ଘରୋଇ ସଂସ୍ଥା ମାଧ୍ୟମରେ ବୁକିଂ କରିହେବ। ଏହା ପ୍ରତିଦିନ ଉଡ଼ାଣ କରିବନି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।