ଦେଶ ବିଦେଶ

ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା: ଭର୍ତ୍ତୃହରି-ସିଦ୍ଧାନ୍ତ-ଦମୟନ୍ତୀ ବିଜେପିରେ ଯୋଗ ଦେଇପାରନ୍ତି

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ ଓଡ଼ିଶାରେ ରାଜନୈତିକସ୍ତରରେ ନେତାଙ୍କ ଦଳ ବଦଳ ଜାରି ରହିଛି। ବିଜେଡିରୁ ଇସ୍ତଫା ଦେଇଥିବା ସାଂସଦ ଭର୍ତ୍ତୃହରି ମହତାବ,ସିଦ୍ଧାନ୍ତ ମହାପାତ୍ର ଗୁରୁବାର ବିଜେପିରେ ଯୋଗଦେବେ ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି। ଜାତୀୟ ଗଣମାଧ୍ୟମ ସଂସ୍ଥା ଏଏନଆଇ ସମେତ ଅନ୍ୟ ନ୍ୟୁଜ୍ ଏଜେନ୍ସିରେ ଏନେଇ ଖବର ପ୍ରକାଶ ପାଇଛି। ବିଜେପି ସେଣ୍ଟ୍ରାଲ ମିଡ଼ିଆ ପକ୍ଷରୁ ଅଧକାରିକ ସୋସିଆଲ ମିଡିଆ ଏକ୍ସରେ ମଧ୍ୟ ସୂଚନା ପ୍ରଦାନ କରାଯାଇଛି। ଏଥିରେ ସୂଚନା ପ୍ରଦାନ କରାଯାଇଛି କେତେକ ରାଜନେତା ଅପରାହ୍ନ ସାଢ଼େ ୨ଟାରେ ନୂଆଦିଲ୍ଲୀର ବିଜେପି ମୁଖ୍ୟାଳୟରେ ଦଳରେ ଯୋଗ ଦେଇ ପାରନ୍ତି। ଏହା ସହିତ ମୟୂରଭଞ୍ଜର ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା ମଧ୍ୟ ବି‌ଜେପିରେ ଯୋଗଦେଇ ପାରନ୍ତି ବୋଲି କୁହାଯାଉଛି।

କଟକ ଲୋକସଭା ଆସନରୁ ୬ ଥର ସାଂସଦ ଥିବା ଭର୍ତ୍ତୃହରି ଗତ ଶୁକ୍ରବାର ବିଜେଡିରୁ ଇସ୍ତଫା ଦେଇଥିଲେ। ଏହାପରେ ସେ ବିଜେପିରେ ଯୋଗଦେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଥିଲା।

https://platform.twitter.com/embed/Tweet.html?dnt=true&embedId=twitter-widget-0&features=eyJ0ZndfdGltZWxpbmVfbGlzdCI6eyJidWNrZXQiOltdLCJ2ZXJzaW9uIjpudWxsfSwidGZ3X2ZvbGxvd2VyX2NvdW50X3N1bnNldCI6eyJidWNrZXQiOnRydWUsInZlcnNpb24iOm51bGx9LCJ0ZndfdHdlZXRfZWRpdF9iYWNrZW5kIjp7ImJ1Y2tldCI6Im9uIiwidmVyc2lvbiI6bnVsbH0sInRmd19yZWZzcmNfc2Vzc2lvbiI6eyJidWNrZXQiOiJvbiIsInZlcnNpb24iOm51bGx9LCJ0ZndfZm9zbnJfc29mdF9pbnRlcnZlbnRpb25zX2VuYWJsZWQiOnsiYnVja2V0Ijoib24iLCJ2ZXJzaW9uIjpudWxsfSwidGZ3X21peGVkX21lZGlhXzE1ODk3Ijp7ImJ1Y2tldCI6InRyZWF0bWVudCIsInZlcnNpb24iOm51bGx9LCJ0ZndfZXhwZXJpbWVudHNfY29va2llX2V4cGlyYXRpb24iOnsiYnVja2V0IjoxMjA5NjAwLCJ2ZXJzaW9uIjpudWxsfSwidGZ3X3Nob3dfYmlyZHdhdGNoX3Bpdm90c19lbmFibGVkIjp7ImJ1Y2tldCI6Im9uIiwidmVyc2lvbiI6bnVsbH0sInRmd19kdXBsaWNhdGVfc2NyaWJlc190b19zZXR0aW5ncyI6eyJidWNrZXQiOiJvbiIsInZlcnNpb24iOm51bGx9LCJ0ZndfdXNlX3Byb2ZpbGVfaW1hZ2Vfc2hhcGVfZW5hYmxlZCI6eyJidWNrZXQiOiJvbiIsInZlcnNpb24iOm51bGx9LCJ0ZndfdmlkZW9faGxzX2R5bmFtaWNfbWFuaWZlc3RzXzE1MDgyIjp7ImJ1Y2tldCI6InRydWVfYml0cmF0ZSIsInZlcnNpb24iOm51bGx9LCJ0ZndfbGVnYWN5X3RpbWVsaW5lX3N1bnNldCI6eyJidWNrZXQiOnRydWUsInZlcnNpb24iOm51bGx9LCJ0ZndfdHdlZXRfZWRpdF9mcm9udGVuZCI6eyJidWNrZXQiOiJvbiIsInZlcnNpb24iOm51bGx9fQ%3D%3D&frame=false&hideCard=false&hideThread=false&id=1773236241091207569&lang=en&origin=https%3A%2F%2Fsambad.in%2Findia-and-beyond%2Fbhattrahari-siddahnt-damayanti-to-join-bjp-discussion-in-national-media-1136899%2F&sessionId=40ba6b5a9f15cdf73b5c45798bb21717d5034d9a&theme=light&widgetsVersion=2615f7e52b7e0%3A1702314776716&width=550px

ନିର୍ବାଚନ ତାରିଖ ପାଖେଇ ଆସୁଥିବାବେଳେ  ସମସ୍ତ ଦଳ ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରିବାରେ ବ୍ୟସ୍ତ ଅଛନ୍ତି।  ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବା ପରେ ଭର୍ତ୍ତୃହରି କେଉଁଆଡେ ଯିବେ ଏବଂ କଣ କରିବେ ସେ ସମ୍ପର୍କରେ କିଛି ପ୍ରକାଶ କରି ନ ଥିଲେ। ସିଦ୍ଧାନ୍ତ ମହାପାତ୍ର  ବ୍ରହ୍ବପୁରରୁ ୨ ଥର ସାଂସଦ ହୋଇଛନ୍ତି। ସେହିପରି ଦମୟନ୍ତୀ ବାରିପଦାର ଜଣେ ଚର୍ଚ୍ଚିତ ବ୍ୟକ୍ତିତ୍ବ। ସେ ସାନ୍ତାଳୀ ଭାଷାର ଜଣେ ଗବେଷକ। ସେ ୨୦୨୦ରେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିଲେ। ୨୦୦୯ରେ ତାଙ୍କୁ ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ