ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ଜିଲ୍ଲାପାଳଙ୍କ ଜନଶୁଣାଣି ବେଳେ ସରପଞ୍ଚଙ୍କୁ ମାଡ଼ ଅଭିଯୋଗ

ବାଲିଅନ୍ତା: ବାଲିଅନ୍ତା ପଞ୍ଚାୟତ ସମିତି ସଭାକକ୍ଷରେ ଗତକାଲି ଜିଲ୍ଲାପାଳଙ୍କ ଜନ ଶୁଣାଣି ବେଳେ ଉମାଦେଇ ବ୍ରହ୍ମପୁର ସରପଞ୍ଚ ରମାଲତା ନାୟକଙ୍କୁ ଜଣେ ଯୁବକ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏସଂପର୍କରେ ରମାଲତା ବାଲିଅନ୍ତା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ତାଙ୍କ ଅଭିଯୋଗକୁ ଭିତ୍ତିକରି ବାଲିଅନ୍ତା ଥାନାରେ ବିଭିନ୍ନ ଦଫାରେ ମାମଲା ରୁଜୁ ହୋଇଛି।

ସୂଚନା ଅନୁସାରେ ଜନଶୁଣାଣି ବେଳେ ସରପଞ୍ଚ ରମାଲତା ଏବଂ ତାଙ୍କର ଅନ୍ୟତମ ପ୍ରମୁଖ ସହଯୋଗୀ ଦିଲ୍ଲୀପ କୁମାର ମାର୍ଥା ବେଆଇନ ବାଲିଘାଟ ବନ୍ଦ ନେଇ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗ କରି ସାରି ଫେରୁଥିବା ସମୟରେ ସମିତି ପରିସରରେ ଜଣେ ଯୁବକ ହଠାତ ରମାଲତାଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ଆକ୍ରମଣ କରିଥିବା ସେ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି। ତାଙ୍କ ସମର୍ଥକ ଦିଲ୍ଲୀପଙ୍କୁ ଅନୁରୂପ ଭାବେ ଗାଳି ଗୁଲଜ କରିବା ସହ ମାଡ଼ ମାରିଥିଲେ। ରମାଲତା ଏସଂପର୍କରେ ପୁଣି ଜନଶୁଣାଣି ଶିବିରରେ ଅଭିଯୋଗ କରିଥିଲେ। ଏନେଇ ଶିବିରରେ ଉତ୍ତେଜନା ଦେଖାଦେଇଥିଲା।‌

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।