ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ଜୁନ ବଦଳରେ ମେ ମାସରେ ଖରାଛୁଟି କରିବାକୁ ବିଭିନ୍ନ ମହଲରୁ ପ୍ରସ୍ତାବ ଆସିଛି: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ବିଦ୍ୟାଳୟରେ ଖରାଛୁଟି ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଜୁନ ବଦଳରେ ମେ ମାସରେ ଖରାଛୁଟି କରିବାକୁ ବିଭିନ୍ନ ମହଲରୁ ପ୍ରସ୍ତାବ ଆସିଲାଣି। ତେବେ ଖରାଛୁଟି ସମୟ ପରିବର୍ତନ କରିବାକୁ ବିଚାର କରାଯାଇନି। ଯଦି ସେମିତି ପରିସ୍ଥିତି ଆସେ, ତାହାଲେ ବିଭାଗ ସେନେଇ ବିଚାର କରିବ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ। କିନ୍ତୁ ଏବେ ସେନେଇ କୌଣସି ନିଷ୍ପତ୍ତି ହୋଇନି ବୋଲି ସେ ସ୍ପଷ୍ଟ କରିଛନ୍ତି।
ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ବର୍ତ୍ତମାନ ରାଜ୍ୟରେ କରୋନା ପ୍ରଭାବ ସେଭଳି ନାହିଁ। ସ୍ଵାସ୍ଥ୍ୟ ବିଭାଗର ପରାମର୍ଶ ଅନୁଯାୟୀ ପଦକ୍ଷେପ ନିଆଯାଉଛି। ଦଶମ ଓ ଦ୍ୱାଦଶ ପରୀକ୍ଷା ପାଇଁ କୌଣସି ଅସୁବିଧା ହେବନି।
ଏ ସପ୍ତାହରେ ଛାତ୍ରଛାତ୍ରୀଙ୍କୁ ମିଳିବ ସ୍ୱତନ୍ତ୍ର ପୁସ୍ତିକା। ଯେଉଁଥିରେ ଦୁଇ ବର୍ଷର ପୁରୁଣା ପାଠ ରହିବ। ମେ ମାସରେ ଆରମ୍ଭ ହେବାକୁ ଥିବା ନୂଆ ଶିକ୍ଷାବର୍ଷରୁ ରେଗୁଲାର କୋର୍ସ ସହ ଏହାକୁ ପଢ଼ାଯିବ। ଦୁଇ ବର୍ଷର ପିଲାଙ୍କ ପାଠପଢା କ୍ଷତିଭରଣା କରିବା ପାଇଁ ଏଭଳି ବ୍ୟବସ୍ଥା କରିଛି ବିଭାଗ। କେବଳ ଯେ ଖରାଛୁଟି ସମୟରେ ହେବାକୁ ଥିବା କ୍ଲାସରେ ଏହା କେବଳ ପଢ଼ାଯିବ, ତାହା ନୁହେଁ ବରଂ ପୁରା ସେସନରେ ଏହି ପାଠ ପଢ଼ାଯିବ ବୋଲି ମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ଚଳିତ ବର୍ଷ ଜୁନ୍ ୬ରୁ ୧୬ ତାରିଖ ଯାଏଁ ବିଦ୍ୟାଳୟରେ ଖରାଛୁଟି ହେବ ବୋଲି ପୂର୍ବରୁ ଘୋଷଣା ହୋଇଛି।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି