ରାଜ୍ୟ

ଜୁପିଟର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସଫଳତା

ଭୁବନେଶ୍ବର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାରେ ଭୁବନେଶ୍ବରସ୍ଥିତ ଜୁପିଟର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ଅତି ଉତ୍ତମ ଫଳ ପ୍ରଦର୍ଶନ କରିଛନ୍ତି। ବିଦ୍ୟାଳୟର ଛାତ୍ର କିଶୋର ଚନ୍ଦ୍ର ପ୍ରଧାନ ୬୦୦ରୁ ୫୬୦ ନମ୍ବର ରଖି ସ୍କୁଲ ଟପ୍‌ର ହୋଇଛନ୍ତି। ଏଥିସହ ୧୫ ଜଣ ଛାତ୍ରଛାତ୍ରୀ ୯୦%ରୁ ଅଧିକ ମାର୍କ ରଖି ସ୍କୁଲର ଗୌରବ ବଢ଼ାଇବା ସହିତ ରାଜ୍ୟ ଟପ୍‌ର ତାଲିକାରେ ସ୍ଥାନ ପାଇଛନ୍ତି।

ଏହି ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ପାସ୍‌ କରିବା ସହ ୯୨% ପରୀକ୍ଷାର୍ଥୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇ ବିରଳ କୃତିତ୍ବ ଅର୍ଜନ କରିଛନ୍ତି। ଅନେକ ଛାତ୍ରଛାତ୍ରୀ ସେମାନଙ୍କ ଦଶମ ମାର୍କ ତୁଳନାରେ ଅଧିକ ମାର୍କ ରଖି ଉତ୍ତୀର୍ଣ୍ଣ ହୋଇଥିବାରୁ ଅଭିଭାବକ ମହଲରେ ଆନନ୍ଦ ଖେଳିଯାଇଛି। ସେହିପରି ବାଣିଜ୍ୟ ବିଭାଗରେ ମଧ୍ୟ ସମସ୍ତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହେବା ସହିତ ୯୨% ପରୀକ୍ଷାର୍ଥୀ ପ୍ରଥମ ଶ୍ରେଣୀରେ ପାସ୍‌ କରିଛନ୍ତି। ଛାତ୍ରଛାତ୍ରୀଙ୍କ ଏହି ସଫଳତା ପାଇଁ ଅନୁଷ୍ଠାନର ସଭାପତି ବିରଞ୍ଚି ନାରାୟଣ ପଣ୍ଡା ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।