ଅପରାଧ ରାଜ୍ୟ

ଜେସିବିକୁ ଧକ୍କା ଦେଲା ଗାଡ଼ି; ଜଣେ ମୃତ, ୩ ଗୁରୁତର

ନିଶ୍ଚିନ୍ତକୋଇଲି ୦୫/୧୦: ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ହେତୁ ଜଣେ ମୃତ ୩ ଗୁରୁତର। କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା କଟିକଟା-ଜଇପୁର ରାସ୍ତାର ଲୁଣା ନଦୀ ପୋଲ ପାଖରେଏପରି ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ ଗୋଟିଏ ମହିନ୍ଦ୍ରା କମ୍ପାନୀର ଥର୍ ଗାଡ଼ି, ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଜେସିବିକୁ ଧକ୍କା ଦେଇଥିଲା। ଫଳରେ ଥର୍ ଗାଡ଼ିଟି ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଥିବା ଦେଖିବାକୁ ମିଳିଛି।

ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ଜଣଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ମୃତକଙ୍କ ପରିଚୟ ମହେନ୍ଦ୍ର ଜେନା। ସେ ସ୍ଥାନୀୟ କମଳପୁର ପଞ୍ଚାୟତର ବାସିନ୍ଦା ବୋଲି ଜଣାପଡ଼଼ିଛି। ସେ ଜମରା ପଞ୍ଚାୟତର ମଧୁବାବୁ ଆଇନ ସହାୟତା ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ। ଗୁରୁତରଙ୍କ ପରିଚୟ ଗାଡ଼ି ଡ୍ରାଇଭର ସଞ୍ଜୟ ଜେନା, ଆଶୁତୋଷ ତ୍ରିପାଠୀ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।