ରାଜ୍ୟ ସ୍ୱାସ୍ଥ୍ୟ

ଝାଡ଼ାବାନ୍ତିରେ ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟର ପନ୍ଦରରୁ ଅଧିକ ଛାତ୍ରୀ ଅସୁସ୍ଥ

କେନ୍ଦୁଝର: କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟର ହଷ୍ଟେଲରେ ଖଦ୍ୟ ଖାଇ ୧୫ରୁ ଅଧିକ ଛାତ୍ରୀ ଆକ୍ରାନ୍ତ ହୋଇଥିବା ବେଳେ ୪ ଗୁରୁତର ହୋଇ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତି ହୋଇଛନ୍ତି। ଗତକାଲି କଲେଜରେ ଖେଳ ଥିବାରୁ ପିଲାମାନେ ହଷ୍ଟେଲ ମେନୁ ହିସାବରେ ଖାଦ୍ୟ ଖାଇଥିଲେ। ହେଲେ ସନ୍ଧ୍ୟା ବେଳେ କୌଣସି କାରଣରୁ୧୦ରୁ ଉର୍ଦ୍ଧ୍ବ ପିଲାମାନଙ୍କୁ ଝାଡ଼ାବାନ୍ତି ହୋଇଥିଲା। ଫଳରେ ଏମାନଙ୍କୁ ହଷ୍ଟେଲରୁ ଆଣି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି ।

ସେମାନଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ସଂକ୍ରମଣ ୱାର୍ଡରେ ଭର୍ତି କରି ଚିକିତ୍ସା କରାଯାଉଛି। କେଉଁ କାରଣରୁ ଏହା ହେଲା ଗୋଟେ ଟିମ ଯାଇ ଅନୁଧ୍ୟାନ କରିବ ବୋଲି ପବ୍ଲିକ ହେଲ୍ଥ ଅଫିସର ଡାକ୍ତର ଲଲଟେନ୍ଦୁ ନାୟକ କହିଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ