ରାଜ୍ୟ ସ୍ପେଶାଲ ରିପୋର୍ଟ

ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

ଝାରସୁଗୁଡ଼ା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ। ଏଥିଲାଗି କ୍ରାଇମବ୍ରାଞ୍ଚ ଟିମ୍ ଭୁବନେଶ୍ବରରୁ ଝାରସୁଗୁଡ଼ା ଅଭିମୁଖେ ଆସୁଥିବାର ସୂଚନା ହସ୍ତଗତ ହୋଇଛି। ଏହି ଟିମ୍ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ଝାରସୁଗୁଡ଼ା ସ୍ଥିତ ଜେଏମଏଫସି କୋର୍ଟରେ ଚାର୍ଜସିଟ୍ ଦାଖଲ କରିବ ବୋଲି କୁହାଯାଉଛି। ତେବେ ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନାହିଁ।
ମାମଲାର ମୁଖ୍ୟ ଅଭିଯୁକ୍ତ ପୋଲିସ ଏଏସ୍ଆଇ ଗୋପାଳକୃଷ୍ଣ ଦାସଙ୍କୁ ଦୋଷୀ ସାବ୍ୟସ୍ତ କରିବା ପାଇଁ କ୍ରାଇମବ୍ରାଞ୍ଚ ସମସ୍ତ ପ୍ରକାର ସାଇଣ୍ଟିଫିକ୍ ତଥା ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନକୁ ଭିତ୍ତିକରି ଅଭିଯୋଗ ଫର୍ଦ୍ଦ ପ୍ରସ୍ତୁତ କରିଥିବା ଜଣାପଡ଼ିଛି। ତେବେ କ୍ରାଇମବ୍ରାଞ୍ଚ ଯେଉଁ ଚାର୍ଜସିଟ୍ ଦାଖଲ କରିବ, ତାହ କେତେ ପୃଷ୍ଠା ସମ୍ବଳିତ ଏବଂ ସେଥିରେ କଣ ସବୁ ଉଲ୍ଲେଖ ରହିଛି, ତାହା ଉପରେ ରହିଛି ନଜର।

ସୂଚନାଯୋଗ୍ୟ ଗତ ଜାନୁଆରି ୨୯ ତାରିଖରେ ତତ୍କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କରାଯାଇଥିଲା। ଅଭିଯୁକ୍ତ ଗୋପାଳକୁ ଘଟଣାସ୍ଥଳରୁ ପିସ୍ତଲ ସହ ପୁଲିସ ଗିରଫ କରିବାରେ ସକ୍ଷମ ହୋଇଥିଲା । ଗୋପାଳର ଗୁଜରାଟ ଗାନ୍ଧୀନଗର ସ୍ଥିତ ଫରେନସିକ୍ ଲ୍ୟାବରେ ପଲିଗ୍ରାଫ୍ ଓ ନାର୍କୋ ଟେଷ୍ଟ କରାଯାଇଥିଲା । ଦିଲ୍ଲୀ ଫରେନସିକ୍ ଲ୍ୟାବ୍ର ବିଶେଷଜ୍ଞଙ୍କ ଦ୍ୱାରା ଝାରସୁଗୁଡ଼ାରେ ଗୋପଳର ହୋଇଥିବା ଏଲ୍ଭିଏ ଟେଷ୍ଟର ମଧ୍ୟ ତର୍ଜମା କରାଯାଇଥିଲା । ଏସସିବି ମାନସିକ ଚିକିତ୍ସା ପ୍ରତିଷ୍ଠାନର ୫ ଜଣିଆ ବିଶେଷଜ୍ଞ ଟିମର ଯାଞ୍ଚ ସହ ନିମହାନ୍ସ ବିଶେଷଜ୍ଞ ଦଳ ମଧ୍ୟ ମାନସିକ ସ୍ଥିତିର ପରୀକ୍ଷା କରିଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।