ରାଜ୍ୟ ସ୍ପେଶାଲ ରିପୋର୍ଟ

ଝାରସୁଗୁଡ଼ା ଉପନିର୍ବାଚନ: ଭୋଟଦାନ କେନ୍ଦ୍ରରେ ଭୋଟରଙ୍କୁ ଫୁଲ ଚନ୍ଦନ ଦେଇ ସ୍ବାଗତ

ଝାରସୁଗୁଡ଼ା: ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ବୁଧବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଭୋଟରମାନଙ୍କୁ ଫୁଲ ଚନ୍ଦନ ଦେଇ ଟିକା ଲଗାଇ ମତଦାନ କେନ୍ଦ୍ରକୁ ସ୍ବାଗତ କରାଯାଉଛି। ଅନେକ ନୂଆ ଭୋଟର ଆସିଥିବାବେଳେ ସେମାନେ ମତଦାନ କରିବା ନେଇ ଖୁସି ଥିବା ପରିଲକ୍ଷିତ ହେଉଛି। ବିଭିନ୍ନ ବୁଥ୍‌ରେ ଧାଡିରେ ଭୋଟରମାନଙ୍କୁ ଛଡାଯାଉଛି। ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ସହ ମୋଟ ୯ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଥିବାବେଳେ ଏମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨ ଲକ୍ଷ ୨୧ ହଜାର ୭୧୯ ଜଣ ଭୋଟର। ବିଜେଡିରୁ ଦୀପାଳି ଦାସ, ବିଜେପିରୁ ଟଙ୍କଧର ତ୍ରିପାଠୀ ଓ କଂଗ୍ରେସରୁ ତରୁଣ ପାଣ୍ଡେଙ୍କ ମଧ୍ୟରେ ମୁଖ୍ୟତଃ ଲଢ଼େଇ ହେବ ବୋଲି ଭୋଟରମାନେ ପ୍ରକାଶ କରିଛନ୍ତି। ପ୍ରତ୍ୟେକ ବୁଥରେ ଶୃଙ୍ଖଳାର ସହିତ ଭୋଟରମାନେ ମତଦାନ କରିବାରେ ଲାଗିଛନ୍ତି। ବଭିନ୍ନ ବୁଥରେ ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିବାବେଳେ ମହିଳାମାନଙ୍କ ପାଇଁ ପିଙ୍କ ବୁଥ ବ୍ୟବସ୍ଥା କରାଯାଇଛି। ତେବେ ସାଢ଼େ ୭ଟା ସୁଦ୍ଧା କେତେ ପ୍ରତିଶତ ମତଦାନ ହୋଇଛି ତାହାର ତଥ୍ୟ ଜଣାପଡିନାହିଁ।

ଏଥିପ‌ାଇଁ ଝାରସୁଗୁଡ଼ା ପୌରପରିଷଦ ସହ ଝାରସୁଗୁଡ଼ା, କୋଲାବିରା, ଲଇକେରା ଓ କିର୍ମିରା ବ୍ଲକ୍‌ରେ ମୋଟ୍‌ ୨୫୩ଟି ବୁଥ୍‌ ପ୍ରତିଷ୍ଠା କରାଯାଇଛି। ଆଦର୍ଶ ଓ ପିଙ୍କ ବୁଥଗୁଡ଼ିକରେ ଭୋଟରଙ୍କ ପାଇଁ ସ୍କ୍ବାସ୍‌ ପାଣି, ସରବତ, ତରଭୁଜର ବି ବ୍ୟବସ୍ଥା କରାଯାଇଛି। କିଛି ସ୍ଥାନରେ ଭୋଟରଙ୍କୁ ଫୁଲ ଚନ୍ଦନ ଦେଇ ସ୍ବାଗତ କରାଯିବା ନେଇ ମଧ୍ୟ ପ୍ରସ୍ତୁତି ଜାରି ରହିଛି। ବୁଥ୍‌କୁ ଆସିବାକୁ ସକ୍ଷମ ନଥିବା ୩୨୧ ଜଣ ବରିଷ୍ଠ ନାଗରିକଙ୍କ ଘରୁ ପୋଷ୍ଟାଲ ବ୍ୟାଲଟ୍‌ ଯୋଗେ ଭୋଟ୍‌ ଗ୍ରହଣ ହୋଇଛି। ଦିବ୍ୟାଙ୍ଗ ଭୋଟରଙ୍କ ପାଇଁ ବୁଥରେ ହ୍ବିଲ ଚେୟାରର ବ୍ୟବସ୍ଥା କରାଯାଇଥିବା ବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ଶହେରୁ ଅଧିକ ଅଟୋ‌ ମଧ୍ୟ ପ୍ରଦାନ କରାଯାଇଛି। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ପୁଲିଂ ବୁଥ ପରିସରରେ ସେଲ୍‌ଫି ପଏଣ୍ଟ ମଧ୍ୟ କରାଯାଇଛି।

ବେହେରାମାଲ ଆଶ୍ରମ ସ୍କୁଲରେ ଲୋକେ ଭୋଟ ଦେବା ପାଇଁ ଠିଆ ହୋଇଛନ୍ତି।

ନିର୍ବାଚନ ପରିଚାଳନା ପାଇଁ ମୋଟ୍‌ ୧୦୧୨ ଜଣ ପୁଲିଂ ଅଫିସର୍‌, ୧୦୮ ରିଜର୍ଭ ପୁଲିଂ ଅଫିସର୍‌, ୧୦୪ ଜଣ ମହିଳା ପୁଲିଂ ଅଫିସର୍‌ ଓ ୭୪ ଜଣ ମାଇକ୍ରୋ ଅବଜରଭର୍‌ ରହିଛନ୍ତି। ସମସ୍ତ ୨୫୩ଟି ବୁଥରେ ୱେବକାଷ୍ଟିଂ କରାଯାଉଛି। ବୁଥରେ ଲାଗିଥିବା ସମସ୍ତ ସିସିଟିଭି କ୍ୟାମେରାର ଲାଇଭ୍‌ ଫିଡ୍‌ ଏସ୍‌ପି ଓ ଡିଇଓଙ୍କ କାର୍ଯ୍ୟାଳୟରେ ନିରୀକ୍ଷଣରେ ରହିଛି। ସେପଟେ, ସମ୍ବେଦନଶୀଳ ୨୯ଟି ବୁଥ ଉପରେ ନିରୀକ୍ଷଣ ପାଇଁ ଡ୍ରୋନ୍‌ ମଧ୍ୟ ନିୟୋଜିତ କରାଯାଇଥିବା ଏସ୍‌ପି ସ୍ମିଥ ପି. ପରମାର ସୂଚନା ଦେଇଛନ୍ତି। ଭୋଟିଂ ସମୟରେ କୌଣସି ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ତାକୁ ମୁକାବିଲା ପାଇଁ ପୁଲିସ୍‌ ପକ୍ଷରୁ ୨୫ଟି ମୋବାଇଲ୍‌ ଟିମ୍‌ ନିୟୋଜିତ କରାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।