ଅପରାଧ ରାଜ୍ୟ

ଟାଟା ମ୍ୟାଜିକ୍‌ ଧକ୍କାରେ ଜଣେ ମୃତ, ୨ ଗୁରୁତର

ମୁନିଗୁଡ଼ା ୧୨।୧୧ : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା କରଡ଼ାବଦ୍ଧ ଗାଁର ଦୁର୍ଘଟଣା । ଟାଟା ମ୍ୟାଜିକ୍‌ ଧକ୍କାରେ ଜଣେ ମଇଁଷି ଚରାଳିଙ୍କ ମୃତ୍ୟୁ ହୋଇଥିବା ୨ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, କରଡ଼ାବନ୍ଧ ଗାଁର ପୁଲନ୍ଦର ସିକ୍‌କା ସକାଳୁ ୨ଟି ମଇଁଷି ନେଇ ଚରାଇବାକୁ ଯାଉଥିଲା । ରାସ୍ତା ପାର୍‌ ହେଉଥିବା ବେଳେ ଭୁରୁସିଖମାର ପଟୁ ଆସୁଥିବା ଏକ ଟାଟା ମ୍ୟାଜିକ୍‌ ପୁଲନ୍ଦରଙ୍କୁ ଧକ୍କା ଦେଇଥିଲା । ଦୁର୍ଘଟଣା ପରେ ଟାଟା ମ୍ୟାଜିକ୍‌ଟି ରାସ୍ତା କଡ଼ରେ ଥିବା ଗଛକୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ପୁଲନ୍ଦରଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ପ୍ରଥମେ ମୁନିଗୁଡ଼ା ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କ ଅବସ୍ଥା ଗୁରୁତର ଥିବାରୁ ବିଷମକଟକ ସ୍ଥିତ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା । ହେଲେ ଡାକ୍ତର ସେଠାରେ  ମୃତ ଘୋଷଣା କରିଥିଲେ । ମୁନିଗୁଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।