ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ଟିକା ନେବାର ଘଣ୍ଟାଏ ପରେ ଜୀବନ ହାରିଲା ୪ମାସର ଶିଶୁ, ଟିକା ଯୋଗୁଁ ମୃତ୍ୟୁ ଅଭିଯୋଗ ଆଣିଲେ ପରିବାର

ନବରଙ୍ଗପୁର ୧୮।୮: ଟିକା ନେଇ ୪ ମାସର ଶିଶୁ କନ୍ୟାର ମୃତ୍ୟୁ ଅଭିଯୋଗ । ନବରଙ୍ଗପୁର ଜିଲ୍ଲା ମୋକିଆ ପଞ୍ଚାୟତ ଅନ୍ତର୍ଗତ ଡଙ୍ଗରିଗୁଡ଼ା ଗ୍ରାମରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା । ଏହାକୁ ନେଇ ପାପଡାହାଣ୍ଡି ମେଡିକାଲ ଅଫିସରଙ୍କ ନିକଟରେ ଲିଖିତ ଅଭିଯୋଗ ହୋଇଛି ।

ସୂଚନାଯୋଗ୍ୟ ଯେ, ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ୍ ମୋକିଆ ପଞ୍ଚାୟତ ଅନ୍ତର୍ଗତ ଡଙ୍ଗରିଗୁଡ଼ା ଗ୍ରାମର ୪ ମାସର ଶିଶୁ କନ୍ୟାକୁ ସ୍ଥାନୀୟ ସ୍ବାସ୍ଥ୍ୟକର୍ମୀ ଗୁରୁବାର ଟିକା ଦେଇଥିଲେ । ଟିକାକରଣ ପ୍ରାୟ ଏକ ଘଣ୍ଟା ପରେ ଶିଶୁ କନ୍ୟାଟିର ମୃତ୍ୟୁ ହୋଇଥିଲା । ଟିକା ଦେବାପରେ ଶିଶୁକନ୍ୟାର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଶିଶୁ କନ୍ୟାର ମୃତ୍ୟୁକୁ ନେଇ ପରିବାର ଲୋକଙ୍କ ପକ୍ଷରୁ ପାପଡାହାଣ୍ଡି ମେଡିକାଲ ଅଫିସରଙ୍କ ନିକଟରେ ଲିଖିତ ଅଭିଯୋଗ କରଯାଇଛି । ଏହାକୁ ନେଇ ସ୍ଥାନୀୟ ଲୋକ ଦୁଃଖ ପ୍ରକାଶ କରିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।