ରାଜ୍ୟ ସ୍ପେଶାଲ ରିପୋର୍ଟ

ଟିକେଟ ଦେଇ ଫେରାଇ ନେଲା କଂଗ୍ରେସ: ଦଳ ଛାଡ଼ିଲେ ସମ୍ବଲପୁର ଲୋକସଭା କ୍ଷେତ୍ରର ପୂର୍ବ ପ୍ରାର୍ଥୀ

+++ସମ୍ବଲପୁର: କଂଗ୍ରେସ ପକ୍ଷରୁ ସମ୍ବଲପୁର ଲୋକସଭା କ୍ଷେତ୍ରରେ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ନଗେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରାଯାଇଛି। କଂଗ୍ରେସ ଟିକେଟ ଦେଇ ଫେରାଇ ନେବାକୁ ନେଇ ଅସନ୍ତୁଷ୍ଟ ଥିବା ଦୁଲାଲ ଚନ୍ଦ୍ର ପ୍ରଧାନ ଦଳ ଛାଡ଼ିଛନ୍ତି। ସ‌େ ନିଜର ଇସ୍ତଫାପତ୍ର ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କ ନିକଟକୁ ପଠାଇଥିବା ଜଣାଯାଇଛି।

ସୂଚନାଯୋଗ୍ୟ ଗତକାଲି ଭାରତୀୟ ଜାତୀୟ କଂଗ୍ରେସ ରବିବାର ୨ଟି ଲୋକସଭା ଆସନ ଓ ୮ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିବା ପରେ କଂଗ୍ରେସ ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ପ୍ରାର୍ଥୀ ପରିବର୍ତ୍ତନ କରିଥିଲା। ସେହିପରି ବାରପଦା ଓ ଖଣ୍ଡପଡ଼ା ବିଧାନସଭାରେ ମଧ୍ୟ ପ୍ରାର୍ଥୀ ପରିବର୍ତ୍ତନ କରିଥିଲା।
କଂଗ୍ରେସ ସାଧାରଣ ସଂପାଦକ କେ.ସି ବେଣୁଗୋପାଳ ଏକ ପ୍ରେସ ବିଜ୍ଞପ୍ତିରେ କହିଥିଲେ, କଟକରେ ସୁରେଶ ମହାପାତ୍ର ପ୍ରାର୍ଥୀ ହୋଇଛନ୍ତି। ସେହିପରି ସମ୍ବଲପୁର ଲୋକସଭା କ୍ଷେତ୍ରରେ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ନଗେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରାଯାଇଛି। ଏଣେ ବାରିପଦାରେ ବାଦଲ ହେମ୍ବ୍ରମଙ୍କ ସ୍ଥାନରେ ପ୍ରମୋଦ କୁମାର ହେମ୍ବ୍ରମ ଓ ଖଣ୍ଡପଡ଼ାରେ ମନୋଜ କୁମାର ପ୍ରଧାନଙ୍କ ସ୍ଥାନରେ ବୈଜୟନ୍ତୀମାଳା ମହାନ୍ତିଙ୍କୁ ପ୍ରାର୍ଥୀ କରାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।