ରାଜ୍ୟ

ଟ୍ରକକୁ ପଛରୁ ପିଟିଲା ଟ୍ରକ୍: ଜିଅନ୍ତା ଜଳିଗଲେ

ନୂଆପଡ଼ା:ଟ୍ରକକୁ ପଛରୁ ପିଟିଲା ଟ୍ରକ୍। ଧକ୍କା ହେବାପରେ ଜଳିଗଲା ପଛରେ ଥିବା ଟ୍ରକ୍। ଜିଅନ୍ତା ଜଳିଗଲେ ଡ୍ରାଇଭର। ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ବିଜୁ ଏକ୍ସପ୍ରେସ ୱେ ଚଟିଆଗୁଡ଼ା୍ ନିକଟରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଆଗରେ ଥିବା ଟ୍ରକଟି ହଠାତ ବ୍ରେକ କରିଥିବା ବେଳେ ପଛରେ ଥିବା ଟ୍ରକଟି ଭରସାମ୍ୟ ହରାଇ ଆଗ ଟ୍ରକକୁ ଧକ୍କା ଦେଇଥିଲା। ଧକ୍କା ପରେ ଟ୍ରକରେ ନିଆଁ ଲାଗି ଯାଇଥିଲା। ଡ୍ରାଇଭରକୁ ଉଦ୍ଧାର କରିବା ପାଇଁ ଅନେକ ଚେଷ୍ଟା କରା ଯାଇଥିବା ବେଳେ ଷ୍ଟିଅରିଙ୍ଗ ଓ ସିଟରେ ଚାପି ହୋଇଥିବାରୁ ବାହାର କରାଯାଇ ପାରି ନଥିଲା।

ଘଟଣାସ୍ଥଳରେ ସିନାପାଲି ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଲିଭାଇଥିଲେ ମଧ୍ୟ ଡ୍ରାଇଭରଙ୍କୁ ଜୀବନ୍ତ ଉଦ୍ଧାର କରି ପାରିନଥିଲେ। ଉଭୟ ଟ୍ରକ ରାଜସ୍ଥାନ ଅଞ୍ଚଳର ବୋଲି ଜଣାପଡ଼ିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।