ଅପରାଧ ରାଜ୍ୟ

ଟ୍ରକରୁ ୪୮୦ କେଜି ଗଞ୍ଜେଇ ଜବତ, ଟ୍ରକ ସହ ଜଣେ ଗିରଫ

ମୁନିଗୁଡା ୦୨/୦୭: ରାୟଗଡା ଜିଲ୍ଲା ମୁନିଗୁଡା ପୋଲିସ ଟ୍ରକ ସହ ୪୮୦ କେଜି ଗଞ୍ଜେଇ ଜବତ କରି ଜଣକୁ ଗିରଫ କରିଥିବାରେ ସଫଳ ହୋଇଛି । ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବିଶେଷ ସୁତ୍ରରୁ ଖବର ପାଇ ଏସଡିପିଓ ଆକାଶ ଚନ୍ଦ୍ର ସାହୁ ଓ ଆଇଆଇସି ସୁଜ୍ଞାନୀ ସାହୁଙ୍କ ନେତୃତ୍ୱରେ ଏକ ପୋଲିସ ଟିମ ଚଢାଉ କରିଥିଲା ।

ମୁନିଗୁଡା ଖୋଲା ଜିମ୍ ନିକଟରେ ଗାଡିଯାଞ୍ଚ ବେଳେ ସେହି ସମୟରେ ଦୃତ ଗତିରେ ଯିବାକୁ ଚେଷ୍ଟା କରୁଥିବା ଏକ ଟ୍ରକକୁ ଅଟକାଇ ଥିଲେ । ସେଥିରେ ଗଞ୍ଜେଇ ଥିବା ଜାଣିବା ପରେ ଟ୍ରକକୁ ଜବତ କରି ଥାନାକୁ ଆଣିଥିଲେ । ଥାନାରେ ଗଞ୍ଜେଇ ଓଜନ କରିବା ପରେ ୪୮୦ କେଜି ଗଞ୍ଜେଇ ଥିବା ଜଣାପଡିଥିଲା ।

ଏହି ଗଞ୍ଜେଇ ନନ୍ଦପୁରରୁ ଭଦ୍ରକ ଯାଉଥିବା ବେଳେ ଏଥିରେ ସମ୍ପୃକ୍ତ ଗଞ୍ଜେଇ ମାଫିଆ ଜଣକ ହେଲେ ଭଦ୍ରକ ଅଞ୍ଚଳର ଗଜେନ୍ଦ୍ର ସିଂ । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୪୦ ଲକ୍ଷରୁ ଉର୍ଦ୍ଧ୍ୱ ହେବ ବୋଲି ଜଣାପଡିଛି । ପୋଲିସ ଘଟଣାର ଅଧିକ ତଦନ୍ତ ଜାରିରଖିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।