ଅପରାଧ ରାଜ୍ୟ

ଟ୍ୟୁସନ୍‌ରୁ ଫେରୁଥିବା ବେଳେ ଧକ୍କା ଦେଲା ହାଇଓ୍ବା, ନବମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ

କେନ୍ଦ୍ରାପଡା ୬।୬: ହାଇୱା ଧକ୍କାରେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି । କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ହାଟବାଣପୁର ପୋଲ ନିକଟରେ ଘଟିଛି ଏଭଳି ଦୁର୍ଘଟଣା । ମୃତ ଛାତ୍ରୀ ସ୍ଥାନୀୟ ବସପୁର୍ ଗ୍ରାମର ସୁବାଷ ଲେଙ୍କାଙ୍କ ଝିଅ ଗୁଡି ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ବସପୁର୍ ଗ୍ରାମର ନବମ ଶ୍ରେଣୀର ଛାତ୍ରୀ ଗୁଡି ସକାଳ ୧୦ଟାରେ ଟ୍ୟୁସନ ସାରି ଘରକୁ ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲେ । ହାଇୱା ଧକ୍କା ଦେବାରୁ ଘଟଣାସ୍ଥଳରେ ଛାତ୍ରୀଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।