ଦେଶ ବିଦେଶ ସ୍ୱାସ୍ଥ୍ୟ

ଡରାଇଲା ଓମିକ୍ରନ: ପଞ୍ଜାବରେ ସ୍କୁଲ-କଲେଜ ବନ୍ଦ, ସିନେମା ହଲ ଓ ରେସ୍ତାରାଁ ଉପରେ ବି କଟକଣା

ଚଣ୍ଡିଗଡ଼: ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପଞ୍ଜାବ ସରକାର ରାଜ୍ୟରେ କୋଭଡି କଟକଣାକୁ ଆହୁରି କଡାକଡି କରିବାକୁ ନିଷ୍ପତ୍ତି ନେଇଛନ୍ତି । ପଞ୍ଜାବ ସରକାରଙ୍କ ତରଫୁରୁ ଜାରି ହୋଇଥିବା ଆଦେଶ ମୁତାବକ ରାଜ୍ୟରେ ଜାନୁଆରି ୧୫ ତାରିଖ ପର୍ଯ୍ୟନ୍ତ ନାଇଟ କର୍ଫ୍ୟୁ ଜାରି ରହିବ । ଏହାସହ ସ୍କୁଲ କଲେଜ ସମେତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି ।

ଅନ୍ୟପଟେ ପଞ୍ଜାବରେ ଏବେ ବସ୍, ସିନେମା ହଲ, ଜିମ୍, ରେସ୍ତାରାଁଗୁଡିକ ୫୦ ପ୍ରତିଶତ କ୍ଷମତା ସହ ଚାଲିବ । ବଢୁଥିବା କରୋନା ସଂକ୍ରମଣକୁ ନେଇ ପଞ୍ଜାବ ସରକାର ତରଫରୁ ମଙ୍ଗଳବାର ଏକ ଅଧିକାରୀ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକର ଅଧ୍ୟକ୍ଷତା କରିଥିଲେ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି। ଏହି ବୈଠକ ପରେ ଏସବୁ କଟକଣା କଡାକଡି ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ରାଜ୍ୟ ସରକାରଙ୍କ ତରଫରୁ ଜାରି କରାଯାଇଥିବା ବୟାନରେ କୁହାଯାଇଛି ଯେ, ରାଜ୍ୟରେ ରାତି ୧୦ରୁ ସକାଳ ୫ ଟା ପର୍ଯ୍ୟନ୍ତ ନାଇଟ କର୍ଫ୍ୟୁ ଜାରି ରହିବ । ଏହା ଜାନୁଆରି ୧୫ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଓ ଏହାପରେ ପରିସ୍ଥିତି ଦେଖି ନିର୍ଣ୍ଣୟ ନିଆଯିବ । ସ୍କୁଲ, କଲେଜ ସମେତ ସମସ୍ତ ଶିକ୍ଷାନୁଷ୍ଠାନ ତୁରନ୍ତ ପ୍ରଭାବରେ ବନ୍ଦ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ସିନେମା ହଲ, ରେସ୍ତାରାଁ ଓ ବସଗୁଡିକ ୫୦ ପ୍ରତିଶତ କ୍ଷମତା ସହ ଚଳାଇପାରିବେ ବୋଲି କୁହାଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ