ରାଜ୍ୟ ସ୍ପେଶାଲ ରିପୋର୍ଟ

ଡରାଉଛି ବିଜୁଳି: ୨୦୩୦ ବଜ୍ରପାତ, ୭ ଯାଏ ବର୍ଷା

ଭୁବନେଶ୍ବର: ଗତକାଲି ଭଳି ଆଜି ବି ରାଜ୍ୟରେ ଭୟଙ୍କର ବିଜୁଳି, ଘଡ଼ଘଡ଼ି ମାରିଥିଲା। ଏଥିସହ ବିଭିନ୍ନ ସ୍ଥାନରେ ବର୍ଷା ମଧ୍ୟ ହୋଇଛି। ଆଜି ଅପରାହ୍ନ ସାଢ଼େ ୪ଟା ଭିତରେ ଆକାଶରେ ବାଦଲ ସହ ବାଦଲ ମାଡ଼ ହୋଇ ୩୩୫୨ଟି ବିଜୁଳି ଉତ୍ପନ୍ନ ହୋଇଥିବା ବେଳେ ବାଦଲରୁ ପୃଥିବୀ ପୃଷ୍ଠ ୨୦୩୦ଟି ବିଜୁଳି ମାରିଛି। ଉତ୍ତର-ପୂର୍ବ ବଙ୍ଗୋପସାଗରରେ ବାୟୁମଣ୍ଡଳର ୫.୮ କିମି ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତାକାଲି କୋରାପୁଟ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ଖୋର୍ଧା, ପୁରୀ, କଟକ, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ, ବରଗଡ଼, ରାୟଗଡ଼ା, ବଲାଙ୍ଗୀର, ନୂଆପଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହୁଛି। ସେହିଭଳି ଅବଶିଷ୍ଟ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୬ ତାରିଖଠାରୁ ରାଜ୍ୟରେ ବର୍ଷାର ପ୍ରଭାବ କିଛି ମାତ୍ରାରେ କମିପାରେ। ସେ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ଗଞ୍ଜାମ, ଗଜପତି, ରାୟଗଡ଼ା, ନୂଆପଡ଼ା, କନ୍ଧମାଳ, ପୁରୀ, ଖୋର୍ଧା ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତାକାଲି ରାଜଧାନୀ ଓ ଏହାର ଆଖପାଖ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୫ ଡିଗ୍ରି ମଧ୍ୟରେ ରହିବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।