ନବରଙ୍ଗପୁର ୨୭/୧୧ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟ ପରିସରରେ ବିଜୁ ସ୍ୱାସ୍ଥ୍ୟ କଲ୍ଯାଣ ଯୋଜନା ରେ ନୂଆ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ବ୍ଲକ ଅଧ୍ୟକ୍ଷ ବଂଶୀଧର ମାଝି ଙ୍କ ଅଧ୍ୟକ୍ଷତାରେ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି | ସନ୍ଧ୍ଯା ୫ ଘ. ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ କ୍ରମେ ନବରଙ୍ଗପୁର ଠାରେ ଭିଡିଓ କନଫେରେନ୍ସି ମାଧ୍ୟମରେ ନୂଆ ସ୍ମାର୍ଟ କାର୍ଡ ବଣ୍ଟନ ଆରମ୍ଭ କରିବା ପରେ ଡାବୁଗାଁ ବ୍ଲକ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓ ହିତାଧିକାରୀ ମାନଙ୍କୁ ନୂଆ ସ୍ମାର୍ଟ କାର୍ଡ ବଣ୍ଟନ କରିଥିଲେ | ଉଦଘାଟନୀ ଉତ୍ସବରେ ଡାବୁଗାଁ ଓ ଡ଼ଙ୍ଗରିଗୁଡା ଗ୍ରାମର ମୋଟ ୫୦ ଜଣ ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରଯାଇଥିଲା | ଏହି ସଭାରେ, ରାଜ୍ୟସଭା ସାଂସଦ ଙ୍କ ପ୍ରତିନିଧି ରାମାରାଓ ଚୌଧୁରୀ, ସାଂସଦ ପ୍ରତିନିଧି ଏମ୍. ଆପ୍ପା ରାଓ, ବିଧାୟକ ପ୍ରତିନିଧି ଏମ୍. ବୁଲୁ ରାଓ, ଜିଲା ପରିଷଦ ସଭ୍ୟା ମାଳତୀ ମାଝି, ବିଡିଓ ଶରତ ମାଝି, ତହସିଲଦାର ସନ୍ଧ୍ଯା ସମରଥ, ସିଡିପିଓ ଯମୁନା ଭତ୍ରା, ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଡାକ୍ତର ଡା. ସ୍ଵୟଂସିଦ୍ଧ ଦାସ ଓ ଡା. ଶମ୍ଭୁ ପ୍ରସାଦ ଶତପଥି , ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ଏ.ଡି. ପ୍ରସାଦ, ଯୋଗାଣ ନିରିକ୍ଷକ ପ୍ରିୟରଞ୍ଜନ ନାୟକ, ସହକାରୀ ଯନ୍ତ୍ରୀ ବିଜୟ କୁମାର ସିଂ ଓ ସମସ୍ତ ପଞ୍ଚାୟତନିର୍ବାହୀ ଅଧିକାରୀ ଏବଂ ହିତାଧିକାରୀ ମାନେ ଉପସ୍ଥିତ ଥିଲେ |
ଏହି ଅବସରରେ ଶେଷରେ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ସମ୍ବନ୍ଧରେ ଏକ ଦେଶିଆ ନାଟକ ପ୍ରଦର୍ଶନ କରାଯାଇଥିଲା।
Trending
- ମୁଖ୍ୟମନ୍ତ୍ରୀ ରହିବେ କେଜ୍ରିୱାଲ: ପଦବୀରୁ ହଟାଇବା ଆବେଦନ ଖାରଜ କଲେ ହାଇକୋର୍ଟ
- ନ୍ୟାୟପାଳିକା ଉପରେ ଚାପ ପ୍ରୟୋଗ କରାଯାଉଛି, ହେଉଛି ବେଞ୍ଚ ଫିକ୍ସିଂ: ୬୦୦ରୁ ଅଧିକ ଆଇନଜୀବୀ ସିଜେଆଇଙ୍କୁ ଲେଖିଲେ ଚିଠି
- ବରୁଣଙ୍କ ଭାବପ୍ରବଣ ଚିଠି: ଶେଷ ନିଃଶ୍ବାସ ପର୍ଯ୍ୟନ୍ତ ପିଲଭିତ୍ ସହିତ ତୁଟିବନି ମୋ ସମ୍ପର୍କ
- ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା: ଭର୍ତ୍ତୃହରି-ସିଦ୍ଧାନ୍ତ-ଦମୟନ୍ତୀ ବିଜେପିରେ ଯୋଗ ଦେଇପାରନ୍ତି
- ରାଜଧାନୀରେ ବନ୍ଧୁକ ମାଫିଆ: ନିର୍ବାଚନ ବେଳେ ସୁପାରି କିଲର ସକ୍ରିୟ
- ପୁଲିସ କର୍ମଚାରୀଙ୍କ ଶବ ପାଇଁ ଟଣାଓଟରା: ଦୁଇ ପତ୍ନୀ, ମା’ ମୁହାଁମୁହିଁ; ଶେଷରେ ଶବ ନେଲେ ମା’
- ରାଜନୈତିକ ଶତ୍ରୁତାରୁ ହୋଲିରେ ଗୋଷ୍ଠୀ ସଂଘର୍ଷ: ସରପଞ୍ଚଙ୍କ ସ୍ବାମୀ, ଦିଅରଙ୍କ ସହ ୧୦ ଆହତ
- କନ୍ଧମାଳ ଲୋକସଭା ଆସନରୁ ପୁଣି ଅଚ୍ୟୁତ: ଘୁ.ଉଦୟଗିରିରୁ ସାଲୁଗା
Thursday, March 28