ଅପରାଧ ରାଜ୍ୟ

ଡାହାଣୀ ସନ୍ଦେହ, ଠେଙ୍ଗାରେ ପିଟି ପିଟି ବୃଦ୍ଧାଙ୍କୁ ମାରିଦେଲେ ପଡୋଶୀ

ରାଇରଙ୍ଗପୁର ୧୭।୦୭ : ଡାହାଣୀ ସନ୍ଦେହରେ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା । ମୟୁରଭଞ୍ଜ ଜିଲ୍ଲା ଜାମଦା ଥାନା ବଡ଼ାମତଳିଆ ଗାଁରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ମୃତକ ଗାଙ୍ଗୀ ଜାମୁଦା ବୋଲି ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ଜାମଦା ଥାନା ବଡାମତଳିଆ ଗାଁର ଗାଙ୍ଗୀ ଜମୁଦା ନଳକୂପକୁ ଗାଧେଇବାକୁ ଯାଇଥିଲେ । ଠିକ୍‌ ଏହି ସମୟରେ ପଡୋଶୀ ମଦନ ପିଙ୍ଗୁଆ(୬୦) ଡାହାଣୀ ସନ୍ଦେହ କରି ଏକ ଠେଙ୍ଗାରେ ଗାଙ୍ଗୀଙ୍କୁ ନିର୍ଦ୍ଧୁମ ପିଟିଥିଲେ ।ଯାହାଫଳରେ ତାଙ୍କୁ ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା । ଜାମଦା ପୋଲିସ ହସ୍ପିଟାଲରେ ପହଞ୍ଚି ଶବକୁ ଜବତ କରିଛି। ପୋଲିସ ପଡୋଶୀ ମଦନକୁ ଥାନାରେ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।