ରାଜ୍ୟ ସ୍ପେଶାଲ ରିପୋର୍ଟ

ଡିସେମ୍ବର ସୁଦ୍ଧା ସବୁ ହାଇସ୍କୁଲର ରୂପାନ୍ତର

ଭୁବନେଶ୍ୱର : ‘୫-ଟି’ ବିଦ୍ୟାଳୟ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ଅଧୀନରେ ସାମିଲ ହୋଇଥିବା ବିଦ୍ୟାଳୟଗୁଡ଼ିକ ବିଭିନ୍ନ କ୍ଷେତ୍ରରେ ଉଚ୍ଚକୋଟୀର ପ୍ରଦର୍ଶନ କରୁଛନ୍ତି। ତାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ଉଚ୍ଚ ବିଦ୍ୟାଳୟ(ହାଇସ୍କୁଲ)ଗୁଡ଼ିକୁ ୨୦୨୩ ଡିସେମ୍ବର ସୁଦ୍ଧା ରୂପାନ୍ତରିତ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ଗଣଶିକ୍ଷା ସଚିବ ଅଶ୍ୱଥୀ ଏସ୍‌ଙ୍କ ସଭାପତିତ୍ୱରେ ଆଜି ଅନୁଷ୍ଠିତ ‘ମୋ ସ୍କୁଲ ଅଭିଯାନ’ର ୪୦ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ଚତୁର୍ଥ ପର୍ଯ୍ୟାୟ ବିଦ୍ୟାଳୟ ରୂପାନ୍ତରୀକରଣ କାର୍ଯ୍ୟକ୍ରମକୁ ପ୍ରସ୍ତାବିତ ସମୟସୀମା ପୂର୍ବରୁ ଶେଷ କରିବା ନେଇ ଆଲୋଚନା ହୋଇଛି। ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ବିଦ୍ୟାଳୟ ରୂପାନ୍ତରୀକରଣ କାର୍ଯ୍ୟକ୍ରମର ସଫଳ ରୂପାୟନ ପରେ ଚତୁର୍ଥ ପର୍ଯ୍ୟାୟରେ ୧୫୦୦ରୁ ଅଧିକ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟ ରୂପାନ୍ତରିତ ହେବ। ଏହାବ୍ୟତୀତ ସମସ୍ତ ସରକାରୀ ହାଇସ୍କୁଲରେ ସ୍କୁଲ କ୍ଲବ୍‌ ପ୍ରଚଳନ ଉପରେ ଆଲୋଚନା ହୋଇଛି। ମୋ ସ୍କୁଲ ଅଭିଯାନ ଏହାର ହିତାଧିକାରୀ ଓ ବିଭିନ୍ନ ଅନୁଷ୍ଠାନ ସହିତ ନିର୍ଦ୍ଧାରିତ ୪ଟି କ୍ଲବ୍‌ ଯଥା କୌଶଳୀ, କ୍ରୀଡ଼ାଙ୍ଗନୀ, ଜିଜ୍ଞାସା ଓ ସାହିତ୍ୟ ସୃଜନୀ କ୍ଲବ୍‌ ପାଇଁ ଆବଶ୍ୟକୀୟ ଶିକ୍ଷଣ ସାମଗ୍ରୀ ଏବଂ ଏହାର ଫ୍ରେମ୍‌ୱାର୍କ ପ୍ରସ୍ତୁତ କରିବାକୁ ନିଷ୍ପତ୍ତି ନିଆଯାଇଛି।

କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ଓଡ଼ିଶାର ୩୦ଟି ଜିଲ୍ଲାର ମୋଟ ୫୨୯ କୋଟି ୫୬ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି। ‘ମୋ ସ୍କୁଲ୍‌ ଅଭିଯାନ’ ସହ ଗତ ମାସକ ମଧ୍ୟରେ ୭ ହଜାର ୩୫୮ ପୁରାତନ ଛାତ୍ରଛାତ୍ରୀ ଯୋଡ଼ି ହୋଇ ନିଜ ନିଜ ବିଦ୍ୟାଳୟର ବିକାଶ ପାଇଁ ୬ କୋଟି ୬୬ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ବିଭିନ୍ନ ସିଏସ୍‌ଆର୍‌ ପାଣ୍ଠିରୁ ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକର ବିକାଶ ପାଇଁ ମୋ ସ୍କୁଲ୍‌ ଅଭିଯାନକୁ ୧୬୫ କୋଟି ୫ ଲକ୍ଷ ଟଙ୍କାର ଅନୁଦାନ ଆସିଛି। ପୁରାତନ ଛାତ୍ରଛାତ୍ରୀ ଏବଂ ସିଏସ୍‌ଆର୍‌ ପାଣ୍ଠି ଅନୁଦାନ ସହ ରାଜ୍ୟ ସରକାରଙ୍କ ଦୁଇଗୁଣା ଆର୍ଥିକ ସହାୟତାକୁ ମିଶାଇ ୫୨୯ କୋଟି ୫୬ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ପ୍ରଦାନ କରାଯାଇଛି। ଯାହାକି ୨୪୦୨ଟି ପ୍ରାଥମିକ, ଉଚ୍ଚ ପ୍ରାଥମିକ ଏବଂ ହାଇସ୍କୁଲର ଭିତ୍ତିଭୂମି ବିକାଶରେ ବିନିଯୋଗ ହେବ। ବାଲେଶ୍ୱରରେ ସର୍ବାଧିକ ୨ କୋଟି ୪ ଲକ୍ଷ, ଗଞ୍ଜାମରେ ୬୦ ଲକ୍ଷ, କଟକରେ ୪୮ ଲକ୍ଷ ୧୩ ହଜାର, ବଲାଙ୍ଗୀରରେ ୪୭ ଲକ୍ଷ ୪୩ ହଜାର ଏବଂ ଭଦ୍ରକରେ ୩୮ ଲକ୍ଷ ୮୭ ହଜାର ଟଙ୍କା ପୁରାତନ ଛାତ୍ରଛାତ୍ରୀମାନେ ପ୍ରଦାନ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ୭ ଲକ୍ଷ ୯୦ ହଜାର ପୁରାତନ ଛାତ୍ରଛାତ୍ରୀ ‘ମୋ ସ୍କୁଲ୍‌ ଅଭିଯାନ’ ମାଧ୍ୟମରେ ସ୍କୁଲ୍‌ଗୁଡ଼ିକୁ ଆର୍ଥିକ ସହାୟତା ପ୍ରଦାନ କରିଥିବା ବୈଠକରୁ ସୂଚନା ମିଳିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।