ଅପରାଧ ଦେଶ ବିଦେଶ

ଡ୍ରାଇଭରକୁ ନିଦ ଲାଗିବାରୁ କଣ୍ଟେନରରେ ପିଟିହେଲା ଆମ୍ବୁଲାନ୍ସ : ୩ ମହିଳାଙ୍କ ସମେତ ୭ ଜଣଙ୍କ ମୃତ୍ୟୁ

ବରେଲି ୩୧।୫: ଉତ୍ତରପ୍ରଦେଶ ବରେଲି ଅଞ୍ଚଳରେ ମଙ୍ଗଳବାର ସକାଳେ ସଡକ ଦୁର୍ଘଟଣାରେ ୭ଜଣଙ୍କର ମୃତ୍ୟୁ ହୋଇଛି । ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ନିଦ ଆସିବା କାରଣରୁ ଏଭଳି ଦୁର୍ଘଟଣା ଘଟିଛି । ରାମମୂର୍ତ୍ତି ହସ୍ପିଟାଲର ଆମ୍ବୁଲାନ୍ସ ମଙ୍ଗଳବାର ସକାଳେ ଡିଭାଇଡରରେ ପିଟିହେବା କାରଣରୁ ଦୁର୍ଘଟଣାଗ୍ରସ୍ତ ହୋଇଛି । ଆମ୍ବୁଲାନ୍ସଟି ଦିଲ୍ଲୀରୁ ବରେଲି ଆସୁଥିଲା । ଦୁର୍ଘଟଣାରେ ଆମ୍ବୁଲାନ୍ସରେ ଥିବା ୭ ଜଣଙ୍କର ମୃତ୍ୟୁ ହୋଇଛି ।

ମିଳିଥିବା ସୂଚନା ଅନୁସାରେ ଆମ୍ବୁଲାନ୍ସଟି ଡିଭାଇଡରରେ ପିଟିହୋଇ ଅନ୍ୟପଟ ରାସ୍ତାରେ ଯାଉଥିବା କଣ୍ଟେନରକୁ ଧକ୍କା ଦେଇଥିଲା । ଫଳରେ ଆମ୍ବୁଲାନ୍ସରେ ଥିବା ୭ଜଣଙ୍କର ମୃତ୍ୟୁ ହୋଇଯାଇଛି । ମୃତକଙ୍କ ମଧ୍ୟରେ ୪ ଜଣ ପୁରୁଷ ଏବଂ ତିନି ଜଣ ମହିଳା ଅଛନ୍ତି । ସମସ୍ତ ମୃତକ ପିଲିଭିତ ଅଞ୍ଚଳର ବୋଲି କୁହାଯାଉଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କ ଶବ ଜବତ କରିଛି ।

ସ୍ଥାନୀୟ ଏସପି କହିଛନ୍ତି ଯେ, ଦୁର୍ଘଟଣା ପରେ ଯେମିତି ଯାତାୟତ ବାଧାପ୍ରାପ୍ତ ନହୁଏ ସେଥିପାଇଁ ଦୁର୍ଘଟଣାଗ୍ରସ୍ତ ଆମ୍ବୁଲାନ୍ସଟିକୁ ରାସ୍ତା କଡରେ ରଖିଦିଆଯାଇଛି । ଦିଲ୍ଲୀରୁ ବରେଲି ଆସୁଥିବା ଆମ୍ବୁଲାନ୍ସ ଡିଭାଇଡର ପାର ହୋଇ ଅନ୍ୟ ରାସ୍ତାରେ ଯାଉଥିବା କଣ୍ଟେନରରେ ଧକ୍କା ହେବା ଯୋଗୁଁ ଦୁର୍ଘଟଣା ଘଟିଛି । ମୃତକଙ୍କ ପରିଚୟ ମିଳିପାରିନାହିଁ ବୋଲି ଏସପି କହିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ