ରାଜ୍ୟ ସ୍ପେଶାଲ ରିପୋର୍ଟ

ଢାବା ମାଲିକ, ସହଯୋଗୀଙ୍କୁ ଗୁଳିମାଡ଼; ସହଯୋଗୀ ରାମ ପୂର୍ତ୍ତିଙ୍କ ମୃତ୍ୟୁ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ରାଉରକେଲା : ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ବ୍ଲକ୍‌ ମାଲଦା ସରକାରୀ ଧର୍ମକଣ୍ଟା ନିକଟସ୍ଥ ଢାବାରେ ରବିବାର ରାତି ପ୍ରାୟ ୯ଟାରେ ଗୁଳିକାଣ୍ଡ ହୋଇଛି। ଏଥିରେ ଢାବା ମାଲିକ ସହଯୋଗୀଙ୍କ ମୃତ୍ୟୁ ହୋଇଛି।

ହସ୍ତଗତ ସୂଚନା ଅନୁସାରେ, ପାଞ୍ଚଜଣ ଅସାମାଜିକ ଯୁବକ ଢାବା ମାଲିକ ରମେଶ ଚାତମ୍ବା ଓ ତାଙ୍କ ସହଯୋଗୀ ରାମ ପୂର୍ତ୍ତିକୁ ୪ରୁ ୬ ରାଉଣ୍ଡ ଗୁଳି କରିଥିଲେ। ଛାତି ଓ ପେଟରେ ଗୁଳି ବାଜିବାରୁ ଦୁହେଁ ଅଚେତ ହୋଇ ତଳେ ପଡ଼ିଯାଇଥିଲେ। ପରେ ଅସାମାଜିକ ଯୁବକମାନେ ମୋଟର ସାଇକେଲ୍‌ରେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକ ଉଭୟଙ୍କୁ ପ୍ରଥମେ ଯୋଡ଼ା ହସ୍ପିଟାଲ ନେଇଥିଲେ। ସେଠାରେ ଡାକ୍ତର ରାମ ପୂର୍ତ୍ତିଙ୍କୁ ମୃତ ଘୋଷଣା କରିଥିଲେ। ଢାବା ମାଲିକ ରମେଶଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଯୋଡ଼‌ା ହସ୍ପିଟାଲରୁ କଟକ ଏସ୍‌ସିବିକୁ ସ୍ଥାନାନ୍ତର କରାଯାଇଛି। କୋଇଡ଼ା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଲୁହା ପଥର ଚୋରା କାରବାରକୁ କେନ୍ଦ୍ରକରି ଗୁଳିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ଗୁଳିକାଣ୍ଡ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବାରଣ ସୃଷ୍ଟି ହୋଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।