ରାଜ୍ୟ

ତତଲା କଡ଼େଇରେ ଓଡ଼ିଶା, ୬ ତାରିଖ ମଧ୍ୟରେ ତାପମାତ୍ରା ୩ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ବଢ଼ିବା ଆଶଙ୍କା

ଭୁବନେଶ୍ବର: ଖରାଦିନ ଆରମ୍ଭ ହେବା ସହିତ ଓଡ଼ିଶା ଏବେ ତତଲା କଡ଼େଇ ପାଲଟିଛି। ମଙ୍ଗଳବାର ମାର୍ଚ୍ଚ ୨ରେ ରାଜ୍ୟର ୭ ସହରର ତାପମାତ୍ରା ୪୧ ଡିଗ୍ରୀ ସେଲସିୟସ୍ ଥିବାବେଳେ ଆସନ୍ତା ୬ ତାରିଖ ସୁଦ୍ଧା ରାଜ୍ୟର ତାପମାତ୍ରାରେ ୨ରୁ ୩ ଡିଗ୍ରୀ ବୃଦ୍ଧି ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏପରି ହେଲେ ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୪୨ ଡିଗ୍ରୀ ଟପିପାରେ ବୋଲି ପାଣିପାଗ ବିଭାଗ କହିଛି। ବଢୁଥିବା ତାପମାତ୍ରାକୁ ଦୃଷ୍ଟିରେ ରଖି ସରକାର ତଥା ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ଏହା ସହିତ ଜନସାଧାରଣଙ୍କ ପାଇଁ ଆଡଭାଇଜରୀ ଜାରି କରାଯାଇଛି।

ଅଂଶୁଘାତ ମୁକାବିଲା ପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଜୀବଜନ୍ତୁଙ୍କ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଡାକ୍ତରଙ୍କ ପରାମର୍ଶରେ ଜୀବଜନ୍ତୁଙ୍କୁ  ତରଭୁଜ, ଆଖୁ ଭଳି ସପର ଫ୍ରୁଟ୍ ଏବଂ ଆଣ୍ଟି ହିଟ୍ ମେଡିସିନ ଦିଆଯାଉଛି। ଏନକ୍ଲୋଜରଗୁଡ଼ିକୁ ବାଉଁଶ ତାଟି ଓ ବେଣା ଚେର ସ୍କ୍ରିନରେ ଘୋଡ଼ାଯାଉଛି। ସବୁ ଏନକ୍ଲୋଜରକୁ ୨୪ ଘଣ୍ଟିଆ ପାଣି ବ୍ୟବସ୍ଥା  କରାଯାଇଛି।

ଗତକାଲି ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୪୧.୭ ଡିଗ୍ରୀ ରେକର୍ଡ ହୋଇଥିଲା। ସେହିପରି ଟିଟିଲାଗଡ଼ ୪୧.୫, ବୌଦ୍ଧ ୪୧.୪, ଭବାନୀପାଟଣାରେ ପାରଦ ୪୧.୨ ଡିଗ୍ରୀ ରେକର୍ଡ ହୋଇଥିଲା। ରାଜଧାନୀ ଭୁବନେଶ୍ବରରେ ତାପମାତ୍ରା ୩୭.୨ ଏବଂ କଟକରେ ୩୮.୪ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଥିଲା ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।